ଡକାୟତି ଉଦ୍ୟମ ପଣ୍ଡ: ମାରଣାସ୍ତ୍ର ସହ ଦୁଇ ଗାଡ଼ି ଜବତ, ୪ ଗିରଫ

ପଟ୍ଟାମୁଣ୍ଡାଇ,୨୨ା୬(ସ୍ବ.ପ୍ର.) : କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବନ୍ୟା ଅଞ୍ଚଳ ତରାଡ଼ିପାଳ ପଞ୍ଚାୟତ ଗୋପାଳପୁର ଛକରୁ ରବିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ କରୁଥିବା ବେଳେ ଚଉଦକୁଲାଟ ଫାଣ୍ଡି ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଚଢ଼ାଉ ବେଳେ ଆଉ ଦୁଇ ଅନ୍ଧାରରେ ଖସି ପଳାଇବାକୁ ସକ୍ଷମ ହୋଇଛନ୍ତି। ଡକାୟତଙ୍କ ପାଖରୁ ଏକ ପିସ୍ତଲ, ଦୁଇଟି ଅଖାବ୍ୟାଗ ଓ ଗୋଟିଏ ପଲସର ଏବଂ ସ୍କୁଟି ଜବତ କରିଛି ପୋଲିସ। ଗିରଫ ଡକାୟତମାନଙ୍କୁ ସୋମବାର ପଟ୍ଟାମୁଣ୍ଡାଇ ଥାନାରେ ହାଜିର କରିଛି। ତେବେ ଡକାୟତମାନଙ୍କ ଘର ଯାଜପୁର ଜିଲା ବରୀ ମାଉଣ୍ଟ ଶଙ୍ଖାରୀଗୋଡ଼ା ଅଞ୍ଚଳ ବୋଲି ଜଣାପଡ଼ିଛି। ତେବେ ଡକାୟତମାନେ ଦୁଇଟି ଗାଡ଼ିରେ ଅଳପୁଆ ଦେଇ ଗୋପାଳପୁର ଛକରେ ପହଞ୍ଚିଥିଲେ। ସେମାନେ ଡକାୟତ କରିବାକୁ ଯୋଜନା କରୁଥିବା ବେଳେ ସ୍ଥାନୀୟ ଲୋକେ ଚଉଦକୁଲାଟ ଫାଣ୍ଡି ପୋଲିସକୁ ଖବର ଦେଇଥିଲେ ଖବର ପାଇ ଚଉଦକୁଲାଟ ଫାଣ୍ଡି ଅଧିକାରୀ ସଦଳବବଳ ଘଟଣାସ୍ଥଳରେ ପହଞ୍ଚି ୪ ଡକାୟତଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଦୁଇ ଜଣ ଖସି ପଳେଇବାକୁ ସକ୍ଷମ ହୋଇଛନ୍ତି। ପଟ୍ଟାମୁଣ୍ଡାଇ ପୋଲିସ ଗିରଫ ଡକାୟତମାନଙ୍କୁ ଅଟକ ରଖି ପଚରାଉଚରା କରିଛି। ତେବେ ସେମାନଙ୍କ ନାମ ପୋଲିସ ପ୍ରକାଶ କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri