ଡକାୟତି ଉଦ୍ୟମ ପଣ୍ଡ: ୭ ଡକାୟତ ଜେଲ ଗଲେ

ରଣପୁର,୨୧ା୯(ସ୍ବ.ପ୍ର.): ରଣପୁର ଥାନା ପୋଲିସ ଅସୁରକୁମାରୀ ଚଟେଇପଡାରୁ ୭ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ରଣପୁର ସବ୍‌ଜେଲକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତ ହେଲେ ଇଟାମାଟି ଥାନା ଲାଠିପଡାର ଦିଲୀପ ମହାରଣା(୨୨), ନାରାୟଣପାଟଣାର ମିଟୁ ସ୍ବାଇଁ (୨୫), ଲାଠିପଡାର ବଟୁ ମହାରଣା(୩୭), ରଣପୁର ଥାନା ବାମ୍ବଡାର ଏସ.କେ. ସକିମ୍‌ ଅଲ୍ଲୀ ଖଁା(୨୮), ଗୋପାଳପୁରର ବିକ୍ରମ କୁମାର ଭଞ୍ଜ(୨୬), ଆଖୁପଦରର ରାଜୁ ଦାସ(୩୮), ଦେଉଳିର କବିରାଜ ପୂଜାରୀ(୩୫)। ସେମାନଙ୍କଠାରୁ ଏକ ଭୁଜାଲି, ଦୁଇଟି ଛୁରି, ମୁଖା, କଟୁରି, ଲଙ୍କାଗୁଣ୍ଡ, ୨ଟି ବାଇକ୍‌ ଜବତ ହୋଇଛି। ରଣପୁର ଥାନାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରଣକୁଳ ଏସ୍‌ଡିପିଓ ଏସ୍‌ ସିଭିଲର ଟପୋ ଏହି ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁସାରେ ଗୁରୁବାର ରାତିରେ ଅସୁରକୁମାରୀର ଚଟେଇପଡା ନିକଟରେ ୯ ଜଣିଆ ଡକାୟତ ଦଳ ରଣପୁର-ନୟାଗଡ଼ ପୂର୍ତ୍ତ ବିଭାଗ ରାସ୍ତାରେ ଡକାୟତି ପାଇଁ ଯୋଜନା ଚଳାଇଥିଲେ। ବିଶେଷ ସୂତ୍ରରୁ ଖବର ପାଇ ଥାନା ଆଇଆଇସି ରଶ୍ମିରଞ୍ଜନ ଦାସ, ଏସ୍‌ଆଇ ପ୍ରୀତି ପ୍ରକାଶ ମହାନ୍ତିଙ୍କ ନେତୃତ୍ୱରେ ପୋଲିସ ଚଢ଼ାଉ କରି ସେମାନଙ୍କୁ ଧରିବା ପାଇଁ ପ୍ରୟାସ କରିଥିଲେ। ୭ଜଣଙ୍କୁ କାବୁ କରିଥିବାବେଳେ ଇଟାମାଟି ଥାନା ଲାଠିପଡା ଗଁାର ଜଗବନ୍ଧୁ ମହରଣା(୨୫), ବୁଲୁ ମହାରଣା(୨୩) ଖସିଯାଇଥିଲେ। ଏସ୍‌ଆଇ ମହାନ୍ତିଙ୍କ ଅଭିଯୋଗକ୍ରମେ ପୋଲିସ ୧୯୯, ୪୦୨, ୨୫/୨୭ ଆର୍ମସ ଆକ୍ଟରେ ମାମଲା (ନଂ.୧୯୬/୧୯) ରୁଜୁ କରିଛି। ଏମାନଙ୍କ ନଁାରେ ଖୋର୍ଦ୍ଧା, ଗଞ୍ଜାମ, ପୁରୀ ଜିଲାର ବିଭିନ୍ନ ଥାନାରେ ମାମଲା ରହିଥିବା ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri