ଡକାୟତି କରିବାକୁ ଆସି ୩ ଜେଲ ଗଲେ

ବାଲିଗୁଡା,୩୦ା୧୦(ଡି.ଏନ୍‌.ଏ.): ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲମି ଗ୍ରାମରେ ଡକାୟତି କରିବାକୁ ଆସିଥିବା ୩ ଦୁର୍ବୃତ୍ତଙ୍କୁ ଗ୍ରାମବାସୀ ସୋମବାର ରାତିରେ କାବୁ କରିଥିଲେ। ଏ ନେଇ ଥାନାକୁ ଜଣାଯିବା ପରେ ପୋଲିସ ମଙ୍ଗଳବାର ସକାଳେ ଗ୍ରାମରେ ପହଞ୍ଚି ଅଭିଯୁକ୍ତମାନଙ୍କୁ ଗିରଫ କରିଛି। ସେମାନେ ହେଲେ ମୋହନଗିରିର ଦାଶା ଭୋଇ ତିରିଆ, ଏମ୍‌. ରାମପୁରର ହେମନ୍ତ ସାହୁ ଓ ଗଟାଙ୍ଗିର ଗିରି ଛତ୍ରିଆ। ସେମାନଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ, ଭୁଜାଲି ଜବତ କରାଯାଇଛି। ଏ ନେଇ ନଂ.୧୪୬/୧୯ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଏସ୍‌ଆଇ ଦୀପକ ରାଉତ କହିଛନ୍ତି। ପ୍ରକାଶ ଯେ, ୩ ଦୁର୍ବୃତ୍ତ ଗ୍ରାମର କେତେଜଣଙ୍କ ଘରେ ପଶି ଭୁଜାଲି ଓ ବନ୍ଧୁକ ଦେଖାଇ ଟଙ୍କା ସୁନା ମାଗିଥିଲେ। ଗ୍ରାମବାସୀ ଏହା ଜାଣିବା ପରେ ଏକାଠିି ହୋଇ ସେମାନଙ୍କୁ କାବୁ କରି ବାନ୍ଧି ରଖିଥିଲେ। ପରେ ପୋଲିସକୁ ଖବର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ…

୩୪ ଆଦିବାସୀଙ୍କୁ ଖଲାସ ଦାବି: ୪୮ ଘଣ୍ଟିଆ ବନ୍ଦ ଡାକରା

ବାରିପଦା,୨୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ତିରିଂ ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକା ଅସଦାଚରଣ ମାମଲାରେ ବହଳଦା ଠାରେ ଜାତୀୟ ରାଜପଥ ଅବରୋଧ ବେଳେ ପୋଲିସ…

ମିଲରଙ୍କ ଅସହଯୋଗରୁ ବଢୁଛି ଚାଷୀଙ୍କ ଚିନ୍ତା: ଧାନବସ୍ତା ରଖି ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୦।୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ଚାରିତରଫ ସମବାୟ ସମିତି ମଣ୍ଡିରେ ୮ହଜାର କୁଇଣ୍ଟାଲରୁ ଅଧିକ ଧାନ ପଡ଼ି ରହିଛି l ମିଲରଙ୍କ ଅସହଯୋଗରୁ ଏହି ଧାନ ପଡ଼ି…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri