ଡକାୟତି ଯୋଜନା ପଣ୍ଡ କଲା ବ୍ରଜରାଜନଗର ପୋଲିସ: ୩ ଅଭିଯୁକ୍ତ ଗିରଫ, ୪ ଫେରାର

ଝାରସୁଗୁଡା ଅଫିସ/ଲଖନପୁର, ୨୭।୯(ଡି.ଏନ.ଏ.)-ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳରେ ଦିନକୁୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଅସାମାଜିକ ବ୍ୟକ୍ତିମାନେ ପୋଲିସକୁ ଚ୍ୟାଲେଞ୍ଜ କରି ଅଞ୍ଚଳରେ ନିଜର କାୟା ବିସ୍ତାର କରିଚାଲିଛନ୍ତି। ପୋଲିସ ମଧ୍ୟ ଏମାନଙ୍କ ଉପରେ କଡା ନଜର ରଖିଛି। ଗତ ଗୁରୁବାର ରାତିରେ କେତେକ ଅସାମାଜିକ ଯୁବକ ସଶସ୍ତ୍ର ଡକାୟତି ପାଇଁ ଯୋଜନା ଚଳାଇଥିଲେ। ବିଶେଷ ସୂତ୍ରରୁ ଖବରପାଇ ବ୍ରଜରାଜନଗର ଥାନା ପୋଲିସ ରାମପୁର ହିଲ୍‌ ଟପ୍‌ କଲୋନୀର ଏକ ପରିତ୍ୟକ୍ତ ଘର ଉପରେ ଚଢାଉ କରିଥିଲା । ଏହି ସମୟରେ ଦୁର୍ବତ୍ତମାନେ ପୋଲିସ ଉପରକୁ ଗୁଳି ଚଳାଇ ଫେରାର ହୋଇଯିବା ଉଦ୍ୟମ କରିଥିଲେ। ପୋଲିସ ୭ ଦୁର୍ବୃତ୍ତଙ୍କ ମଧ୍ୟରୁ ୩ଜଣଙ୍କୁ ଗିରଫ କରିବା ପାଇଁ ସକ୍ଷମ ହୋଇଥିବା ବେଳେ ଘଟଣାସ୍ଥଳରୁ ୪ଜଣ ଫେରାର ହୋଇଯାଇଥିଲେ। ଗିରଫ ଅଭିଯୁକ୍ତମାନେ ହେଲେ ରାମପୁର ଅଞ୍ଚଳର ଗୁଡୁ ସିଂହ, ଶ୍ୟାମ ସହିସ ଓ ପୂର୍ଣ୍ଣ ସାଗର। ଏମାନଙ୍କ ନିକଟରୁ ପୋଲିସ ଏକ ପିସ୍ତଲ, ଗୁଳି ଆଦି ବିଭିନ୍ନ ମାରଣାସ୍ତ୍ର ଜବତ କରିଛି। ଏନେଇ ପୋଲିସ ବ୍ରଜରାଜନଗର ଥାନାରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଖୁବ୍‌ଶୀଘ୍ର ଫେରାର ଅଭିଯୁକ୍ତଙ୍କୁ ପୋଲିସ ଧରିବା ପାଇଁ ପ୍ରୟାସ ଚଳାଇଛି। ତେବେ ଧରାପଡିଥିବା ଅଭିଯୁକ୍ତମାନେ ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷଙ୍କ ସହଯୋଗୀ ବୋଲି ପୋଲିସ ଜାଣିବାକୁ ପାଇଛି। ପୋଲିସର ତପ୍ତରତା ପାଇଁ ବଡଧରଣର ଅଘଟଣକୁ ଏଡାଇ ଦିଆଯାଇପାରିଛି ବୋଲି ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ, ଦୁଇ ସପ୍ତାହତଳେ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷଙ୍କ ଆଉ ଜଣେ ସହଯୋଗୀ ବିନୋଦ ପ୍ରସାଦଙ୍କୁ ଏନ୍‌କାଉଣ୍ଟର କରି ଧରିଥିଲା । ଏବେ ଅପରାଧୀ ଗୋଷ୍ଠୀଙ୍କ ଉପରେ ପୋଲିସ କଡା ନଜର ରଖିଛି । ଏନେଇ ଝାରସୁଗୁଡା ଏସ୍‌ପି ଅଶ୍ବନୀ କୁମାର ମହାନ୍ତି ବ୍ରଜରାଜନଗର ଥାନାରେ ଏକ ଖବରଦାତା ସମ୍ମିଳନୀ କରି ଘଟଣା ସମ୍ପର୍କରେ ଗଣମାଧ୍ୟମ ସମ୍ମୁଖରେ ସବିଶେଷ ସୂଚନା ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?