ଡକାୟତି ଯୋଜନା ବେଳେ ୮ ଗିରଫ

ତାଳଚେର,୧ା୧୨(ନି.ପ୍ର.)- କଲିୟାରୀ ପୋଲିସ ଡକାୟତି ଯୋଜନା କରୁଥିବା ୮ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଦୁର୍ବୃତ୍ତମାନେ ହେଲେ ସମଲ ଚନ୍ଦ୍ରବିଲ ଗ୍ରାମର ଦିପୁ ଓରଫ ଦୀପକ ପ୍ରଧାନ, କଟକ ଦରଘାବଜାରର ଏମ୍‌ଡି ଇଞ୍ଜେମାନ, ସେଣ୍ଟ୍ରାଲ କଲେନୀର ନିପୁ ନାଏକ, ଦରଘାବଜାରର ଏସ୍‌.କେ. ଜାହିର, ଚାଳଗଡର ସାହିଲ ନାଏକ, ଦେଉଳବେଡ଼ା କଲୋନୀର ଆଶୁତୋଷ ବାରିକ, ବଲଣ୍ଡାର ଏମା ବହାଦର ଥାପା ଓ ହିନ୍ଦୋଳ କୁରୁମିଡାର କାହ୍ନୁଚରଣ ବେହେରା। ଏମାନଙ୍କ ଠାରୁ ପୋଲିସ ୨ଟି ପିସ୍ତଲ, ୧୦ ଜୀବନ୍ତ ଗୁଳି, ଗୋଟିଏ ବୋଲେରୋ, ୩ ବାଇକ୍‌, ୭ ମୋବାଇଲ ଜବତ କରିଛି। ଶନିବାର ରାତିରେ ସମ୍ପୃକ୍ତ ୮ ଜଣ ବଳରାମ କୋଇଲା ଖଣି ଅଞ୍ଚଳରେ ଏକତ୍ରିତ ହୋଇ ଡକାୟତି ପ୍ରସ୍ତୁତି ଚଳାଇଥିଲେ। ଖବରପାଇ କଲିୟାରୀ ଆଇଆଇସି ସବ୍ୟସାଚୀ ରାଉତ ଓ ଟିମ୍‌ ଘଟଣାସ୍ଥଳରେ ଚଢାଉ କରି ୮ଜଣଙ୍କୁ ଗିରଫ କରିଥିଲେ। ଏ ସଂକ୍ରାନ୍ତରେ କଲିୟାରୀ ଥାନାରେ ନଂ. ୪୧୮/୧୯ରେ ଏକ ମାମଲା ରୁଜୁ କରାଯାଇଛି। ଗିରଫ ଦୁର୍ବୃତ୍ତମାନଙ୍କ ନାମରେ ତାଳଚେର ଓ କଲିୟାରୀ ଥାନାରେ ଏକାଧିକ ମାମଲା ରହିଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri