ଡକାୟତି ଯୋଜନା : ୨ ଗିରଫ

ପୁରୁଣା ଭୁବନେଶ୍ୱର,୫ା୮(ଡି.ଏନ୍‌.ଏ.): ଡକାୟତି ପାଇଁ ଯୋଜନା କରୁଥିବା ବେଳେ ଶ୍ରୀଲିଙ୍ଗରାଜ ଥାନା ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସ୍ଥାନୀୟ ହରଚଣ୍ଡୀ ସାହିର ଚନ୍ଦନ କୁମାର ମହାପାତ୍ର ଓରଫ ବାପୁନି, ଏୟାରପୋର୍ଟ ଥାନା ଗଙ୍ଗନଗର ଛକ ଅଞ୍ଚଳର ବଳରାମ ସାହୁ ଓରଫ ବଳିଆ। ଏମାନଙ୍କଠାରୁ ଗୋଟିଏ ଛୁରି, ୨ଟି ମୋବାଇଲ ଫୋନ ଓ ଗୋଟିଏ ସ୍କୁଟି ଜବତ ହୋଇଥିବା ଆଇଆଇସି ଶରତ ଚନ୍ଦ୍ର ପାତ୍ର କହିଛନ୍ତି। ଏନେଇ ଥାନାରେ ଏକ ମାମଲା(ନଂ.୧୨୦/୧୯)ରୁଜୁ ହୋଇଛି। ଚନ୍ଦନଙ୍କ ନାମରେ ବିଭିନ୍ନ ଥାନାରେ ମାମଲା ଥିବା ପୋଲିସ କହିଛି। ପୋଲିସ ସୂଚନା ଅନୁଯାୟୀ, ଶ୍ରୀଲିଙ୍ଗରାଜ ଥାନା ଅଧୀନ ବଶିଷ୍ଠନଗର କେନାଲ ରୋଡରେ ଶନିବାର ବିଳମ୍ବିତ ରାତିରେ ଅଭିଯୁକ୍ତଦ୍ୱୟ ଡକାୟତି ପାଇଁ ଯୋଜନା କରୁଥିଲେ। କୌଣସି ସୂତ୍ରରୁ ଖବରପାଇ ପୋଲିସ ସଦଳବଳ ପହଞ୍ଚି ସେମାନଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri