ଡଗରା ବେଳାଭୂମିରେ ବିଦେଶୀ ପକ୍ଷୀ

ବାଲିଆପାଳ, ୩୦ା୧୧(ଡି.ଏନ.ଏ.)-ପ୍ରତିବର୍ଷ ପରି ଚଳିତ ବର୍ଷ ପର୍ଯ୍ୟଟନ କେନ୍ଦ୍ର ଡଗରାବେଳା ଭୂମିରେ ବିଦେଶାଗତ ପକ୍ଷୀମାନଙ୍କ ସମାଗମ ହୋଇଛି । ବଗ ଓ ହଂସ ଜାତୀୟ ପକ୍ଷୀ ଚଳିତବର୍ଷ ଶୀତଋତୁ ଆରମ୍ଭରୁ ବେଳାଭୂମିରେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି । ସୁବର୍ଣ୍ଣରେଖା ମୁହାଣ, ଚଉମୁଖ ବେଳାଭୂମି ଓ ଡଗରା ନିକଟ ହଂସକରା ନଦୀ ମୁହାଣରେ ମଧ୍ୟ ବିଦେଶାଗତ ପକ୍ଷୀମାନଙ୍କର ସମାଗମ ହୋଇଛି। ପକ୍ଷୀଗୁଡିକୁ ଦେଖିବା ପାଇଁ ପର୍ଯ୍ୟଟକମାନେ ଖୁବ ଆଗ୍ରହ ପ୍ରକାଶ କରୁଛନ୍ତି । ପକ୍ଷୀ ଗୁଡିକ ହିମାଳୟ ଓ ସାଇବେରିଆ ଅଞ୍ଚଳରୁ ଆସୁଥିବା କୁହାଯାଇଛି । ଡଗରା ବେଳାଭୂମିରେ ଶୀତଋତୁରେ ବିଦେଶାଗତ ପକ୍ଷୀମାନେ ପ୍ରଚୁର ଖାଦ୍ୟ ପାଇବା ସାଙ୍ଗକୁ ଶୀତର ପ୍ରକୋପ କମ ରହିଥିବାରୁ ପକ୍ଷୀମାନଙ୍କୁ ସୁହାଇଛି । ଗତବର୍ଷ ଜଙ୍ଗଲ ବିଭାଗ ପକ୍ଷରୁ ପକ୍ଷୀ ଗଣନା କରାଯାଇଥିଲା । ଗଣନାରୁ୧୭ ଶହ ବଗ ଜାତୀୟ ପକ୍ଷୀ ଏହି ବେଳାଭୂମିକୁ ଆସିଥିବା ବେଳେ ୨୩ ଶହରୁ ଅଧିକ ହଂସ ଜାତୀୟ ପକ୍ଷୀ ଆସିଥିଲେ । ଚଳିତ ବର୍ଷ ଜାନୁଆରୀ ମାସରେ ଏହି ସବୁ ଜାଗାଗୁଡିକରେ ପକ୍ଷୀ ଗଣନା କରାଯିବ ବୋଲି ଡଗରା ଫରେଷ୍ଟଗାର୍ଡ ପ୍ରକାଶ ମହାନ୍ତି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri