ଡଙ୍କଲପାଡୁ ବସ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କଲେ ୩ ମନ୍ତ୍ରୀ

ଗୋପାଳପୁର,୨୩ା୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଗତ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍‌ରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗିଯିବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ବିଭିନ୍ନ ରାଜନୈତିକ ଦଳ ମୃତକ ଓ ଆହତ ପରିବାରଙ୍କୁ ଭେଟି ସମବେଦନା ଜଣାଇଥିଲେ। ଏଥିସହ ଜିଲା ପ୍ରଶାସନ ମଧ୍ୟ ଆହତମାନଙ୍କ ଉତ୍ତମ ଚିକିତ୍ସା ସୁବିଧା କରାଇଥିଲେ। ରବିବାର ଅପରାହ୍ନରେ ରାଜ୍ୟ ଶକ୍ତି ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ ଓ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଡଙ୍କଲପାଡୁ ଗ୍ରାମରେ ପହଞ୍ଚତ୍ଥିଲେ। ସେଠାରେ ୧୦ ଜଣ ମୃତକ ବି.ଏରାମା ରେଡ୍ଡୀ, ବି.ଆଜାମ୍ମା, କେ.ସନ୍ଧ୍ୟା, ସିଏଚ୍‌ କାମରାଜୁ ରେଡ୍ଡୀ, ବି. ମୋହନୀ, ବି.ରାମେୟା, ସିଏଚ୍‌ ତୁଳସୀଆମ୍ମା, ଝିଲି ସାହୁ, ତାରଣେୟା ରେଡ୍ଡୀ ଓ ବି. ଦେବରାଜଙ୍କ ପରିବାର ସଦସ୍ୟଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ସହାୟତା ଚେକ୍‌ ପ୍ରଦାନ କରିଥିଲେ।
ଅନ୍ୟପଟେ ବି.ମହାଲକ୍ଷ୍ମୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ। ତାଙ୍କୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ମହାଲକ୍ଷ୍ମୀଙ୍କ ପରିବାରକୁ ଆସନ୍ତା ସପ୍ତାହରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି। ମନ୍ତ୍ରୀଙ୍କ ଗସ୍ତ ବେଳେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଗୋପାଳପୁର ବିଧାୟକ ଡ.ପ୍ରଦୀପ କୁମାର ପାଣିଗ୍ରାହୀ, ଚିକିଟି ବିଧାୟିକା ଉଷା ଦେବୀ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ଉପସ୍ଥିତ ଥିଲେ।
ଏହି ଉପଲକ୍ଷେ ଡଙ୍କଲପାଡୁରେ ଆୟୋଜିତ ସଭାରେ ମନ୍ତ୍ରୀ ପଦ୍ମନାଭ ବେହେରା ଯୋଗାଯୋଗ ବେଳେ ଦୁର୍ଘଟଣା ପାଇଁ ଦାୟୀ ରହିଥିବା ବିଭାଗୀୟ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ବର୍ତ୍ତମାନ ଆଲୋଚନା ଚାଲୁ ରହିଛି। ତଦନ୍ତ ରିପୋର୍ଟ ମଧ୍ୟ ଆସିଛି। ଆଗାମୀ ଦିନରେ ଉକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଗୋପାଳପୁର ବିଧାୟକ କହିଥିଲେ, ଆସନ୍ତା ମାସରେ ଶକ୍ତି ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବ। ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଲୋକଙ୍କୁ ୨ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବ ଓ ଆହତମାନଙ୍କୁ ମଧ୍ୟ ସହାୟତା ପ୍ରଦାନ କରାଯିବ ବୋଲି କହିଥିଲେ। ମା’ ବାପା ହରାଇଥିବା ୨ ଭଉଣୀ ଦ୍ରୌପଦୀ ଓ ଜ୍ୟୋତ୍ସ୍ନାଙ୍କ ପଢ଼ା ଖର୍ଚ୍ଚ ସହ ସମସ୍ତ ସହାୟତା ପ୍ରଦାନ କରାଯିବ ବୋଲି ଚିକିଟି ବିଧାୟିକା ପ୍ରତିଶ୍ରୁତି ଦେଇଥିଲେ। ଏହି ଅବସରରେ ସାଉଥ୍‌କୋ ଅଧୀକ୍ଷଣ ଯନ୍ତ୍ରୀ ଚନ୍ଦନ ଦାଶ, ନିର୍ବାହୀ ଯନ୍ତ୍ରୀ ଦେବେଶ ରଞ୍ଜନ ପଣ୍ଡା, ଚିକିଟି ତହସିଲଦାର ହରପ୍ରସାଦ ଭୂୟାଁ, ଏକ୍ସିଙ୍ଗ ସରପଞ୍ଚ ସିଏଚ୍‌ ସୁଧାକର ରେଡ୍ଡୀ, ସମିତିସଭ୍ୟ ତୁଳସେୟା ରେଡ୍ଡୀ, ସିଏଚ୍‌ ଡିଲେଶ୍ୱର ରେଡ୍ଡୀ, ପୂର୍ବତନ ଚିକିଟି ବ୍ଲକ ଅଧ୍ୟକ୍ଷା ଏମ.ନାଗରାଜୁ ରେଡ୍ଡୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri