ଡଙ୍କଲପାଡୁ ବସ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କଲେ ୩ ମନ୍ତ୍ରୀ

ଗୋପାଳପୁର,୨୩ା୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଗତ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍‌ରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗିଯିବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ବିଭିନ୍ନ ରାଜନୈତିକ ଦଳ ମୃତକ ଓ ଆହତ ପରିବାରଙ୍କୁ ଭେଟି ସମବେଦନା ଜଣାଇଥିଲେ। ଏଥିସହ ଜିଲା ପ୍ରଶାସନ ମଧ୍ୟ ଆହତମାନଙ୍କ ଉତ୍ତମ ଚିକିତ୍ସା ସୁବିଧା କରାଇଥିଲେ। ରବିବାର ଅପରାହ୍ନରେ ରାଜ୍ୟ ଶକ୍ତି ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ ଓ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଡଙ୍କଲପାଡୁ ଗ୍ରାମରେ ପହଞ୍ଚତ୍ଥିଲେ। ସେଠାରେ ୧୦ ଜଣ ମୃତକ ବି.ଏରାମା ରେଡ୍ଡୀ, ବି.ଆଜାମ୍ମା, କେ.ସନ୍ଧ୍ୟା, ସିଏଚ୍‌ କାମରାଜୁ ରେଡ୍ଡୀ, ବି. ମୋହନୀ, ବି.ରାମେୟା, ସିଏଚ୍‌ ତୁଳସୀଆମ୍ମା, ଝିଲି ସାହୁ, ତାରଣେୟା ରେଡ୍ଡୀ ଓ ବି. ଦେବରାଜଙ୍କ ପରିବାର ସଦସ୍ୟଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ସହାୟତା ଚେକ୍‌ ପ୍ରଦାନ କରିଥିଲେ।
ଅନ୍ୟପଟେ ବି.ମହାଲକ୍ଷ୍ମୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ। ତାଙ୍କୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ମହାଲକ୍ଷ୍ମୀଙ୍କ ପରିବାରକୁ ଆସନ୍ତା ସପ୍ତାହରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି। ମନ୍ତ୍ରୀଙ୍କ ଗସ୍ତ ବେଳେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଗୋପାଳପୁର ବିଧାୟକ ଡ.ପ୍ରଦୀପ କୁମାର ପାଣିଗ୍ରାହୀ, ଚିକିଟି ବିଧାୟିକା ଉଷା ଦେବୀ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ଉପସ୍ଥିତ ଥିଲେ।
ଏହି ଉପଲକ୍ଷେ ଡଙ୍କଲପାଡୁରେ ଆୟୋଜିତ ସଭାରେ ମନ୍ତ୍ରୀ ପଦ୍ମନାଭ ବେହେରା ଯୋଗାଯୋଗ ବେଳେ ଦୁର୍ଘଟଣା ପାଇଁ ଦାୟୀ ରହିଥିବା ବିଭାଗୀୟ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ବର୍ତ୍ତମାନ ଆଲୋଚନା ଚାଲୁ ରହିଛି। ତଦନ୍ତ ରିପୋର୍ଟ ମଧ୍ୟ ଆସିଛି। ଆଗାମୀ ଦିନରେ ଉକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଗୋପାଳପୁର ବିଧାୟକ କହିଥିଲେ, ଆସନ୍ତା ମାସରେ ଶକ୍ତି ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବ। ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଲୋକଙ୍କୁ ୨ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବ ଓ ଆହତମାନଙ୍କୁ ମଧ୍ୟ ସହାୟତା ପ୍ରଦାନ କରାଯିବ ବୋଲି କହିଥିଲେ। ମା’ ବାପା ହରାଇଥିବା ୨ ଭଉଣୀ ଦ୍ରୌପଦୀ ଓ ଜ୍ୟୋତ୍ସ୍ନାଙ୍କ ପଢ଼ା ଖର୍ଚ୍ଚ ସହ ସମସ୍ତ ସହାୟତା ପ୍ରଦାନ କରାଯିବ ବୋଲି ଚିକିଟି ବିଧାୟିକା ପ୍ରତିଶ୍ରୁତି ଦେଇଥିଲେ। ଏହି ଅବସରରେ ସାଉଥ୍‌କୋ ଅଧୀକ୍ଷଣ ଯନ୍ତ୍ରୀ ଚନ୍ଦନ ଦାଶ, ନିର୍ବାହୀ ଯନ୍ତ୍ରୀ ଦେବେଶ ରଞ୍ଜନ ପଣ୍ଡା, ଚିକିଟି ତହସିଲଦାର ହରପ୍ରସାଦ ଭୂୟାଁ, ଏକ୍ସିଙ୍ଗ ସରପଞ୍ଚ ସିଏଚ୍‌ ସୁଧାକର ରେଡ୍ଡୀ, ସମିତିସଭ୍ୟ ତୁଳସେୟା ରେଡ୍ଡୀ, ସିଏଚ୍‌ ଡିଲେଶ୍ୱର ରେଡ୍ଡୀ, ପୂର୍ବତନ ଚିକିଟି ବ୍ଲକ ଅଧ୍ୟକ୍ଷା ଏମ.ନାଗରାଜୁ ରେଡ୍ଡୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri