ଡଙ୍କାରୀ, ରାହାଡପୁର ଖାଦାନରେ ରାଜସ୍ବ ବିଭାଗ ଅତିରିକ୍ତ ଶାସନ ସଚିବ: ‘ବେଆଇନ ଖନନକୁ ପ୍ରଶ୍ରୟ ଦିଆଯିବ ନାହିଁ’

ଧର୍ମଶାଳା/ଚଢ଼େଇଧରା,୫ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ଡଙ୍କାରୀ ଓ ରାହାଡପୁର ଖାଦାନରେ ବୁଧବାର ରାଜସ୍ବ ବିଭାଗର ଅତିରିକ୍ତ ଶାସନ ସଚିବ ବିଭୂତି ଭୂଷଣ ଦାସ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ବେଆଇନ ଖନନକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି ଚେତାବନୀ ଦେଇଛନ୍ତି। ଏଥିସହ ଖୁବ୍‌ଶୀଘ୍ର ବେଆଇନ କଳାପଥର କାରବାରରେ ରୋକ ଲଗାଯିବା ସହ ଏହାକୁ ନିୟନ୍ତ୍ରଣ କରିବା ଲାଗି ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି। କଳାପଥର ଚୋରାଚାଲାଣ ରୋକିବା ପାଇଁ ୫୩ନଂ ଜାତୀୟ ରାଜପଥରେ ୩ ସ୍ବତନ୍ତ୍ର ଗେଟ୍‌ କରାଯିବା ସହ ସିସି ଟିଭି ଲଗାଯିବା ପାଇଁ ସ୍ଥିର ହୋଇଥିବା ତହସିଲଦାର ସରୋଜ କୁମାର ପଣ୍ଡା ଅତିରିକ୍ତ ସଚିବଙ୍କୁ ସୂଚନା ଦେଇଥିଲେ।
ସୂଚନା ଯୋଗ୍ୟ, ଡଙ୍କାରୀ ଓ ରାହାଡପୁର ଖାଦାନରେ ବେଆଇନ କଳାପଥର ଚାଲାଣକୁ ନେଇ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଏହାକୁ ବେଖାତିର କରି ପଥର ମାଫିଆମାନେ ରାତି ଅଧିଆ ଚୋରା ଚାଲାଣ କରୁଛନ୍ତି। ଏ ନେଇ ଚଢ଼ାଉବେଳେ ବହୁବାର ପ୍ରଶାସନ ଓ ପଥର ମାଫିଆଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ସୃଷ୍ଟି ହେଉଛି। ଏ ସମ୍ପର୍କରେ ଅଭିଯୋଗ ପରେ ଅତିରକ୍ତ ସଚିବ ଦାସ ପ୍ରଥମେ ଡଙ୍କାରୀରେ ପହଞ୍ଚତ୍ ବିଭିନ୍ନ କଳାପଥର ଖାଦାନ ଓ ପରେ ରାହାଡପୁର ଅଞ୍ଚଳ ପରିଦର୍ଶନ କରି ଯାଞ୍ଚ କରିଥିଲେ। ଏହି ଗସ୍ତ ସମୟରେ ଯାଜପୁର ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ଧର୍ମଶାଳା ତହସିଲଦାର ପଣ୍ଡା, ଅତିରିକ୍ତ ତହସିଲଦାର ଦେବୀ ପ୍ରସନ୍ନ ମହାନ୍ତି, ଧର୍ମଶାଳା ଥାନାଧିକାରୀ ସରୋଜ କୁମାର ସାହୁ, ଜେନାପୁର ଥାନାଧିକାରୀ ସୁଶାନ୍ତ କୁମାର ଦାସ, ବିଭିନ୍ନ ସର୍କଲର ରାଜସ୍ବ ନିରୀକ୍ଷକ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri