ଡଙ୍ଗାଭସା ହେଲା କାଳ: ନାଗାବଳୀ ନଦୀରେ ଭାସିଯାଇ ଛାତ୍ର ମୃତ

ରାୟଗଡ଼ା ଅଫିସ, ୧୨।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ଡଙ୍ଗା ଭସାଇବାକୁ ଯାଇ ନଦୀରେ ବୁଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଘଟିଛି ରାୟଗଡ଼ା ଜିଲାରେ। ମୃତକ ହେଲେ ୟୁଜିଏମ୍‌ଆଇଟିର ଡିପ୍ଲୋମା ଛାତ୍ର ସୁମନ ବେହେରା। ତାଙ୍କ ଘର ମୁନିଗୁଡ଼ା ଅଞ୍ଚଳରେ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, ଭୋରରୁ ସୁମନ ତାଙ୍କ ୩ ସାଥୀଙ୍କ ସହ ଡଙ୍ଗା ଭସାଇବାକୁ ନାଗାବଳୀ ନଦୀକୁ ଯାଇଥିଲେ। ଡଙ୍ଗା ଭସାଇବା ବେଳେ ତାଙ୍କ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଏ ନେଇ ସୁମନଙ୍କ ପରିବାରଲୋକେ କଲେଜ ବିରୋଧରେ ରାୟଗଡ଼ା ଟାଉନ ଥାନାରେ ଅଭିଯୋଗ କରିଛନ୍ତି। କଲେଜ କର୍ତ୍ତୃପକ୍ଷଙ୍କ କହିବା ଅନୁଯାୟୀ, ଛାତ୍ରମାନେ ରାତି ପ୍ରାୟ ୩ଟାରେ କାହାକୁ କିଛି ନ ଜଣାଇ ହଷ୍ଟେଲ ପାଚେରି ଡେଇଁ ଡଙ୍ଗା ଭସାଇବାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ: ବିବିଏରେ ଗୁନଗୁନ, ବିସିଏରେ ସଲୋନୀ ଟପ୍ପର…

ଭବାନୀପାଟଣା,୩୦।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ ପୁଣିଥରେ ଉତ୍କୃଷ୍ଟ ଶିକ୍ଷାଗତ ସଫଳତା ହାସଲ କରିଛି। ମା’ ମାଣିକେଶ୍ୱରୀ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା: କେଭିନ୍ ଭିତରେ ଛାତରୁ ଖସିଲା ସିଲିଂ, ମହିଳା ରୋଗୀ

ପାରଳାଖେମୁଣ୍ଡି, ୩୦।୫ (ଗିରିଧାରୀ ପରିଛା): ଗଜପତି  ଜିଲା  ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ମେଡିକାଲକୁ ଚିକିତ୍ସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri