ଡଙ୍ଗା ଭସାଇ ଫେରୁଥିବାବେଳେ ଦୁର୍ଘଟଣା, ୩ ମୃତ

ଯାଜପୁର ଟାଉନ/ କୋରେଇ, ୧୨।୧୧ (ଡିଏନଏ/ସ୍ବ.ପ୍ର): କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଡଙ୍ଗା ଭସାଇ ଫେରିବାବେଳେ ଏକ ସଡ଼କ ଦୁର୍ଘଟଣାରେ ଚାଲିଯାଇଛି ୩ ଜୀବନ। ଯାଜପୁର ଜିଲା ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଏଭଳି ଦୁର୍ଘଟଣା ଘଟିଛି। ମୃତକମାନେ ହେଲେ ପାଣିକୋଇଲି ଥାନା ନରପଦା ଗ୍ରାମର ଜଗନ୍ନାଥ ପଣ୍ଡା(୪୨), ଯାଜପୁର ବ୍ଲକ ବିରୁହା ପଞ୍ଚାୟତ ତଣ୍ଡରା ଗ୍ରାମର କାଠି ଦଳାଇଙ୍କ ପୁଅ ସିପୁନ୍‌(୨୧), ମହେଶ୍ୱର ଦଳାଇଙ୍କ ପୁଅ ଇନ୍ଦ୍ରମଣି(୨୯)। ମଙ୍ଗଳବାର ଭୋର ସମୟରେ ଯାଜପୁର ଦଶାଶ୍ୱମେଧ ଘାଟରେ ଡଙ୍ଗା ଭସାଇ ଘରକୁ ଫେରୁଥିବାବେଳେ ପଥରପଦାଠାରେ ଏକ ଆଳୁ ବୋଝେଇ ଟ୍ରକ୍‌ (ଓଆର୦୫ଏଡି ୨୨୩୬) ସହ ବାଇକ୍‌ (ଓଆର୦୪ଜେ ୭୭୩୩)ର ମୁହାଁମୁହିଁ ଧକ୍କା ହୋଇଥିଲା। ବାଇକ୍‌ରେ ଥିବା ୩ଜଣଙ୍କ ମଧ୍ୟରୁ ଜଗନ୍ନାଥଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଇନ୍ଦ୍ରମଣି ଓ ସିପୁନ ଗୁରୁତର ହୋଇଥିଲେ। ସେମାନଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲେ ହେଁ ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ପରେ ଟ୍ରକ୍‌ଟି ରାସ୍ତାକଡରୁ ତଳକୁ ଓଲଟି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?