Posted inଖେଳ

ଡନ୍‌ ବ୍ରାଡ୍‌ମ୍ୟାନ୍‌ଙ୍କୁ ‘ଶୂନ’ରେ ଆଉଟ୍‌ କରି ଇତିହାସ ରଚିଥିଲେ ଏହି ବୋଲର୍‌

ଜୁନ୍‌ ୫, ଏହି ତାରିଖଟି କ୍ରିକେଟ ଇତିହାସ ପାଇଁ ଏକ ଖାସ୍‌ ଦିନ। ଏହି ଦିନ ଜନ୍ମ ହୋଇଥିବା ଜଣେ ବୋଲର ଗୋଟିଏ ଉଇକେଟ କାରଣରୁ ସେ କ୍ରିକେଟ ଇତିହାସରେ ଅମର ହୋଇଗଲେ। ସେ ହେଉଛନ୍ତି ଇଂଲଣ୍ଡର ପୂର୍ବତନ ଲେଗ ସ୍ପିନର ଏରିକ ହୋଲିସ୍‌। ତାଙ୍କ କ୍ୟାରିୟରରେ ୨୩୨୩ଟି ଉଇକେଟ ନେଇଥିଲେ। ଆଜି ତାଙ୍କର ୧୦୮ତମ ଜୟନ୍ତୀ।

ହୋଲିସ ୧୯୪୮ରେ ଖେଳାଯାଇଥିବା ଓଭାଲ ଟେଷ୍ଟ ପାଇଁ ଜଣାଶୁଣା ଥିଲେ। କ୍ରିକେଟର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଡନ ବ୍ରାଡମ୍ୟାନ୍‌ଙ୍କ ଏହା ଶେଷ ମ୍ୟାଚ ଥିଲା। ଟେଷ୍ଟ କ୍ରିକେଟରେ ୧୦୦ ଆଭ୍‌ରେଜ୍‌ ପୂରଣ କରିବାକୁ ତାଙ୍କୁ ମାତ୍ର ୪ ରନ ସ୍କୋର କରିବାକୁ ପଡିଥିଲା। କିନ୍ତୁ ହୋଲିସଙ୍କ ଗୁଗଲି ବଲ୍‌ରେ ବ୍ରାଡମ୍ୟାନ ଦ୍ୱିତୀୟ ବଲ୍‌ରେ ଆଉଟ୍‌ ହୋଇଯାଇଥିଲେ। ଫଳରେ ତାଙ୍କ ଟେଷ୍ଟ କ୍ୟାରିୟର ଆଭ୍‌ରେଜ୍‌ ୯୯.୯୪ରେ ଶେଷ ହୋଇଥିଲା। ଏହି ମ୍ୟାଚ୍‌ରେ ବ୍ରାଡମ୍ୟାନ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରିବାକୁ ଆସିପାରି ନ ଥିଲେ। କାରଣ ଅଷ୍ଟ୍ରେଲିଆ ଏହି ମ୍ୟାଚକୁ ଏକ ଇନିଂସରେ ଜିତିଥିଲା।

ଏରିକ ହୋଲିସ୍‌ ଜଣେ ଲେଗ ସ୍ପିନର ଥିଲେ। ୧୯୩୫ରେ ସେ ଇଂଲଣ୍ଡ ପକ୍ଷରୁ ଡେବ୍ୟୁ କରିଥିଲେ। ସେ ତାଙ୍କ କ୍ୟାରିୟରରେ ମାତ୍ର ୧୩ଟି ଟେଷ୍ଟ ଖେଳି ୪୪ ଉଇକେଟ ନେଇଥିଲେ। ଅନ୍ତର୍ଜାତୀୟ କ୍ରିକେଟ ଅପେକ୍ଷା ହୋଲିସ୍‌ କାଉଣ୍ଟି କ୍ରିକେଟରେ ଅଧିକ ପ୍ରସିଦ୍ଧ ଥିଲେ। ଓ୍ବାର୍କଶେୟାର ପକ୍ଷରୁ ୫୧୪ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳି ୨୩୨୩ ଉଇକେଟ ନେଇଥିଲେ। ସେଥିମଧ୍ୟରୁ ୧୮୨ ଇନିଂସରେ ପାଞ୍ଚଟି ଉଇକେଟ ଏବଂ ୪୦ଟି ମ୍ୟାଚରେ ୧୦ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri