Posted inଖେଳ

ଡବଲ ଅଲିମ୍ପିକ ଚାମ୍ପିୟନଙ୍କ ୨୫ ବର୍ଷ ବୟସରେ ଅବସର

ବର୍ଲିନ, ୧୭ା୫ (ଏଏଫ୍‌ପି)- ସ୍ବାସ୍ଥ୍ୟଗତ କାରଣରୁ ଜର୍ମାନୀର ଡବଲ ଅଲିମ୍ପିକ ବାଏଥଲନ ଚାମ୍ପିୟନ ଲାଉରା ଡାହଲମେର ମାତ୍ର ୨୫ ବର୍ଷ ବୟସରେ ଶୁକ୍ରବାର ତାଙ୍କ ଅବସର ଘୋଷଣା କରିଛନ୍ତି। ପ୍ରଫେସନାଲ ସ୍ପୋଟର୍‌ସରେ ଶତ ଜଣେ ଆଥଲେଟ୍‌ ଶତପ୍ରତିଶତ ଫିଟ୍‌ ରହିବା ଦରକାର। ମାତ୍ର ବର୍ତ୍ତମାନ ପରିସ୍ଥିତିରେ ମୁଁ ତାହା ଅନୁଭବ କରୁ ନାହିଁ ବୋଲି ଲାଉରା କହିଛନ୍ତି। ଲାଉରା ତାଙ୍କ କ୍ୟାରିୟରରେ ୭ ବିଶ୍ୱ ଚାମ୍ପିୟନଶିପ୍‌ ସ୍ବର୍ଣ୍ଣ ଜିତିଛନ୍ତି। ଗତ ବର୍ଷ ପ୍ୟଙ୍ଗଚାଙ୍ଗଠାରେ ଗୋଟିଏ ଅଲିମ୍ପିକ୍ସରେ ସେ ପ୍ରଥମ ମହିଳା ବାଏଥଲେଟ ଆଥଲେଟ ଭାବେ ଉଭୟ ସ୍ପ୍ରିଣ୍ଟ ଓ ପର୍ସୁଟ ଜିତିଥିଲେ। ଲାଉରା ଦୁଇ ମାସ ବିଶ୍ରାମ ନେବାପରେ ଗତ ଅକ୍ଟୋବରରେ ପ୍ରତ୍ୟାବର୍ତ୍ତନ କରିଥିଲେ। ଜାନୁୟାରୀରେ ଆନ୍ଥୋଲ୍‌ଜଠାରେ ବିଶ୍ୱକପ୍‌ ଇଭେଣ୍ଟରେ ୧୨.୫ କିମି ମାସ୍‌ ଷ୍ଟାର୍ଟରେ ବିଜୟ ଲାଭ କରିଥିଲେ। ସୂଚନାଯୋଗ୍ୟ, ଜର୍ମାନୀର ଅନ୍ୟ ଜଣେ ବାଏଥଲେଟ ମାଗ୍‌ଡାଲେନା ନେଉନର ହେଉଛନ୍ତି ଜଣେ ଡବଲ ଅଲିମ୍ପିକ ଚାମ୍ପିୟନ। ସେ ମଧ୍ୟ ୨୦୧୨ରେ ମାତ୍ର ୨୫ ବର୍ଷ ବୟସରେ ଅବସର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri