ଡବ୍ଲ୍ୟୁଇଏଫ୍‌ ସମ୍ମିଳନୀରେ ଯୋଗ ଦେବେ ୧୦୦ ଭାରତୀୟ ସିଇଓ

ନୂଆଦିଲ୍ଲୀ,୧୧-୧୧: ସ୍ବିଜରଲାଣ୍ଡର ସ୍କି ରିସର୍ଟ୍ଟ ଟାଉନଠାରେ ଜାନୁୟାରୀ ୨୦ରୁ ୨୪ ଯାଏ ଅନୁଷ୍ଠିତ ହେଉଥିବା ଓ୍ବାର୍ଲଡ ଇକୋନୋମିକ୍‌ ଫୋରମ(ଡବ୍ଲ୍ୟୁଇଏଫ୍‌)ର ବାର୍ଷିକ ସମ୍ମିଳନୀରେ ୧୦୦ ଭାରତୀୟ ସିଇଓଙ୍କ ସମେତ ବଲିଉଡ ଅଭିନେତ୍ରୀ ଦିପିକା ପାଦୁକୋନ ଯୋଗଦେବେ। ଏଥିରେ ବିଶ୍ୱସ୍ତରର ପ୍ରାୟ ୩୦୦୦ ଶିଳ୍ପ ଲିଡରମାନେ ଯୋଗଦେବେ। ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏହି ସମ୍ମିଳନୀରେ ଯୋଗ ଦେବାର ସମ୍ଭାବନା ରହିଛି। ଏଥିରେ ଟେକ୍ନୋଲୋଜି, ଟ୍ରେଡ୍‌ ଗଭର୍ନାନ୍ସ, ନିରନ୍ତର ବିକାଶ ଭଳି ପ୍ରମୁଖ ବିଷୟଗୁଡିକ ଉପରେ ଆଲୋଚନା ହେବ। ଭାରତୀୟ ଟିମ୍‌ରେ ସାମିଲ ହେବାକୁ ଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରେ ଗୌତମ ଆଦାନୀ, ମୁକେଶ ଅମ୍ବାନୀ, ରାହୁଲ ଏବଂ ଶିବ ବଜାଜ, କୁମାର ମଙ୍ଗଳମ ବିର୍ଲା, ଟାଟା ଗ୍ରୁପର ଏନ୍‌.ଚନ୍ଦ୍ରଶେକରନ, ସଜ୍ଜନ ଜିନ୍ଦଲ, ଉଦୟ କୋଟାକ, ଏସ୍‌ବିଆଇ ଅଧ୍ୟକ୍ଷ ରଜନୀଶ କୁମାର, ଆନନ୍ଦ ମହିନ୍ଦ୍ରା, ସୁନୀଲ ମିତ୍ତଲ, ରବି ରୁଇଆ, ପଓ୍ବନ ମୁଞ୍ଜଲ, ନନ୍ଦନ ନିଲେକାନୀ, ଇନ୍‌ଫୋସିସର ସଲୀଲ ପାରେଖ, ଅଜୟ ପିରାମଲ, ରିସଦ ପ୍ରେମଜୀ, ଅଜୟ ସିଂ, ପିରୋଜ ଶାହ ଗୋଦରେଜ ପ୍ରମୁଖ ରହିଛନ୍ତି। ମାନସିକ ସ୍ବାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଲିଭ ଲଭ୍‌ ଲାଫ୍‌ ଫାଉଣ୍ଡେଶନର ପ୍ରତିଷ୍ଠାତା ଭାବେ ଦିପିକା ପାଦୁକୋନ ଏଠାରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri