ଡମ୍ପର ଚାପାରେ ନାବାଳକ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ, ଉତ୍ତେଜନା

ଯୋଡ଼ା, ୩।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି କେମେସି ଗଣେଶ ମନ୍ଦିର ଛକଠାରେ ରବିବାର ଅପରାହ୍ନରେ ଏକ ଡମ୍ପର ଚାପାରେ ଆକାଶ ପୂର୍ତ୍ତି(୮) ନାମକ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାକୁ କେନ୍ଦ୍ର କରି ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ୧୦୮ ଆମ୍ବୁଲାନ୍ସ ଯୋଗେ ନାବାଳକଙ୍କ ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇବାବେଳେ ଅଞ୍ଚଳବାସୀ ଏହାକୁ ବିରୋଧ କରିଥିଲେ। ସେମାନେ ନାବାଳକଙ୍କ ମୃତଦେହ ରଖି ତାଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦେବା ସକାଶେ ଦାବି କରି ରାସ୍ତାରୋକୋ କରିଥିଲେ। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହେବାରୁ ସେଠାରେ ଏକ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଥିଲା। ଖବର ଲେଖା ହେବାଯାଏ ରାସ୍ତାରୋକୋ ଜାରି ରହିିଛି। ପୋଲିସ ଓ ପ୍ରଶାସନ ପକ୍ଷରୁ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରାଯାଉଥିବା ସୂଚନା ମିଳିଛି।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଡମ୍ପରଟି କେଏମସି ଖଣି ଆଡୁ ଗଣେଶ ମନ୍ଦିର ଛକ ଦେଇ ଯାଉଥିବା ବେଳେ ଅପରାହ୍ନ ପ୍ରାୟ ୨ଟା ୪୫ରେ ରାସ୍ତା ପାର ହେଉଥିବା ଆକାଶଙ୍କୁ ଧକ୍କା ଦେଇଥିଲା। ଡମ୍ପର ପଛ ଚକ ତଳେ ଆକାଶ ଚାପି ହୋଇଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ଘଟାଇ ଡମ୍ପରଟି ପଳାଇ ଯାଉଥିବା ବେଳେ ସ୍ଥାନୀୟ ଲୋକେ କିଛି ଦୂରକୁ ଯାଇ ଡମ୍ପର ଡ୍ରାଇଭରଙ୍କୁ କାବୁ କରି ପୋଲିସ୍‌ ଜିମା ଦେଇଥିଲେ। ବାମେବାରୀ ଥାନା ଅଧିକାରୀ ପରେଶ କୁମାର ମହାନ୍ତି ଦୁର୍ଘଟଣାସ୍ଥଳରେ ପହଞ୍ଚି ମୃତ ନାବାଳକଙ୍କ ପରିବାର ଏବଂ ରାସ୍ତାରୋକୋ କରୁଥିବା ଲୋକଙ୍କୁ ବୁଝାଶୁଝା ଉଦ୍ୟମ କରିଥିଲେ। କ୍ଷତିପୂରଣ ବାବଦକୁ ୨୦ ହଜାର ଟଙ୍କା ଦିଆଯିବାରୁ ଅଞ୍ଚଳବାସୀ ଏହାକୁ ଗ୍ରହଣ ନ କରି ୫ଲକ୍ଷ ୮୦ ହଜାର ଟଙ୍କା ଦାବି କରିଥିଲେ। ଏନେଇ ଅଧିକ ଉତ୍ତେଜନା ପ୍ରକାଶ ପାଇଥିଲା। ଫୋର୍ସ ମୁତୟନ ଓ ଆଲୋଚନା ସତ୍ତ୍ୱେ କୌଣସି ସମାଧାନ ବାଟ ବାହାରି ନ ଥିବାରୁ ବାମେବାରୀ ଥାନା ଅଧିକାରୀ ଏନେଇ ବଡବିଲ ଏସଡିପିଓଙ୍କୁ ସୂଚନା ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ...

ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର

ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲିରେ ଘଟିଛି ଅଘଟଣ । ପୋଖରୀରେ ଗାଧୋଇଲା ବେଳେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। କଟକ ଜିଲା ସାଲେପୁର ଥାନା ଅଧୀନ...

ବାଲେଶ୍ୱରରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ

ଭୁବନେଶ୍ୱର,୨୫।୩: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର...

ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୫।୩: ବିବାହର ସାତ ଦିନ ପରେ ଜଙ୍ଗଲରୁ ମିଳିଲା ନବ ବଧୂଙ୍କର ମୃତଦେହ। ବାଲେଶ୍ୱର ଜିଲାର ସୋର ଅଂଚଳରେ ଏହି ଘଟଣାର ଘଟିଥିବା ସୂଚନା...

କାନ୍ଥ ଭୁଶୁଡ଼ି ପୁଅଙ୍କ ଜୀବନ ଗଲା, ମା-ବାପା ଗୁରୁତର

ଭୋଗରାଇ,୨୫।୩(ପ୍ରଦୀପ ଦାସ): କାନ୍ଥ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମା-ବାପା ଗୁରୁତର ଅଛନ୍ତି। ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ...

ସାଇକେଲରେ ପଞ୍ଚଲିଙ୍ଗେଶ୍ୱର ପହଞ୍ଚିଲେ ବିଦେଶୀ ପର୍ଯ୍ୟଟକ

ନୀଳଗିରି, ୨୪।୩(ପ୍ରଶାନ୍ତ ବିଶ୍ୱାଳ):ପର୍ଯ୍ୟଟନ ମାନଚିତ୍ରରେ ଉତ୍ତରଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପଞ୍ଚଲିଙ୍ଗେଶ୍ୱର। ବିସ୍ତୀର୍ଣ୍ଣ ସବୁଜ ବନାନୀ ପଞ୍ଚଲିଙ୍ଗେଶ୍ୱରକୁ ପ୍ରତିଦିନ ଦେଶ ଓ ଦେଶ ବାହାରର ପର୍ଯ୍ୟଟକଙ୍କୁ ଆକର୍ଷିତ...

ମାରାଥନ ଚଢ଼ାଉ, ଚୋରା ବେପାରୀ ଛାନିଆଁ

ବାଲେଶ୍ୱର,୨୪।୩(ମାନସ ବିଶ୍ୱାଳ):ବାଲେଶ୍ୱର ସହର ନିକଟସ୍ଥ ପୁରୁଣା ବାଲେଶ୍ୱର ଓ ବସ୍ତା ଥାନା ଅଧୀନ ଗାନ୍ଧି ଛକ ଦେଶୀ ମଦ କାରବାରର ହବ୍‌ ପାଲଟିଛି। ପୁରୁଣାବାଲେଶ୍ୱରରୁ ଜିଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri