ଡମ୍ପର ଚାପାରେ ନାବାଳକ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ, ଉତ୍ତେଜନା

ଯୋଡ଼ା, ୩।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି କେମେସି ଗଣେଶ ମନ୍ଦିର ଛକଠାରେ ରବିବାର ଅପରାହ୍ନରେ ଏକ ଡମ୍ପର ଚାପାରେ ଆକାଶ ପୂର୍ତ୍ତି(୮) ନାମକ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାକୁ କେନ୍ଦ୍ର କରି ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ୧୦୮ ଆମ୍ବୁଲାନ୍ସ ଯୋଗେ ନାବାଳକଙ୍କ ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇବାବେଳେ ଅଞ୍ଚଳବାସୀ ଏହାକୁ ବିରୋଧ କରିଥିଲେ। ସେମାନେ ନାବାଳକଙ୍କ ମୃତଦେହ ରଖି ତାଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦେବା ସକାଶେ ଦାବି କରି ରାସ୍ତାରୋକୋ କରିଥିଲେ। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହେବାରୁ ସେଠାରେ ଏକ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଥିଲା। ଖବର ଲେଖା ହେବାଯାଏ ରାସ୍ତାରୋକୋ ଜାରି ରହିିଛି। ପୋଲିସ ଓ ପ୍ରଶାସନ ପକ୍ଷରୁ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରାଯାଉଥିବା ସୂଚନା ମିଳିଛି।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଡମ୍ପରଟି କେଏମସି ଖଣି ଆଡୁ ଗଣେଶ ମନ୍ଦିର ଛକ ଦେଇ ଯାଉଥିବା ବେଳେ ଅପରାହ୍ନ ପ୍ରାୟ ୨ଟା ୪୫ରେ ରାସ୍ତା ପାର ହେଉଥିବା ଆକାଶଙ୍କୁ ଧକ୍କା ଦେଇଥିଲା। ଡମ୍ପର ପଛ ଚକ ତଳେ ଆକାଶ ଚାପି ହୋଇଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ଘଟାଇ ଡମ୍ପରଟି ପଳାଇ ଯାଉଥିବା ବେଳେ ସ୍ଥାନୀୟ ଲୋକେ କିଛି ଦୂରକୁ ଯାଇ ଡମ୍ପର ଡ୍ରାଇଭରଙ୍କୁ କାବୁ କରି ପୋଲିସ୍‌ ଜିମା ଦେଇଥିଲେ। ବାମେବାରୀ ଥାନା ଅଧିକାରୀ ପରେଶ କୁମାର ମହାନ୍ତି ଦୁର୍ଘଟଣାସ୍ଥଳରେ ପହଞ୍ଚି ମୃତ ନାବାଳକଙ୍କ ପରିବାର ଏବଂ ରାସ୍ତାରୋକୋ କରୁଥିବା ଲୋକଙ୍କୁ ବୁଝାଶୁଝା ଉଦ୍ୟମ କରିଥିଲେ। କ୍ଷତିପୂରଣ ବାବଦକୁ ୨୦ ହଜାର ଟଙ୍କା ଦିଆଯିବାରୁ ଅଞ୍ଚଳବାସୀ ଏହାକୁ ଗ୍ରହଣ ନ କରି ୫ଲକ୍ଷ ୮୦ ହଜାର ଟଙ୍କା ଦାବି କରିଥିଲେ। ଏନେଇ ଅଧିକ ଉତ୍ତେଜନା ପ୍ରକାଶ ପାଇଥିଲା। ଫୋର୍ସ ମୁତୟନ ଓ ଆଲୋଚନା ସତ୍ତ୍ୱେ କୌଣସି ସମାଧାନ ବାଟ ବାହାରି ନ ଥିବାରୁ ବାମେବାରୀ ଥାନା ଅଧିକାରୀ ଏନେଇ ବଡବିଲ ଏସଡିପିଓଙ୍କୁ ସୂଚନା ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri