ଅନୁଗୋଳ ଅଫିସ, ୧୨।୬- ଅନୁଗୋଳ ସହରର ପ୍ରସ୍ତାବିତ ଡମ୍ପିଂୟାର୍ଡ଼ ସ୍ଥାନ କୁଶାସିଂହାକୁ ମଙ୍ଗଳବାର ଜିଲାପାଳ ମନୋଜ କୁମାର ମହାନ୍ତି ପରିଦର୍ଶନ କରିଛନ୍ତି। ଡମ୍ପିଂୟାର୍ଡ଼ ନିର୍ମାଣରେ କେଉଁଠି ସମସ୍ୟା ରହିଛି ସେ ସମ୍ପର୍କରେ ପ୍ରଶାସନ ଅଧିକାରୀ, ପୌର କର୍ତ୍ତୃପକ୍ଷଙ୍କଠାରୁ ପଚାରି ବୁଝିଛନ୍ତି। ବିରୋଧ ଯୋଗୁ ଉକ୍ତ ସ୍ଥାନରେ ନିର୍ମାଣ କାର୍ଯ୍ୟ ବନ୍ଦ ଥିବା ଅଧିକାରୀମାନେ ଜିଲାପାଳଙ୍କୁ ଅବଗତ କରାଇଛନ୍ତି। ସ୍ଥାନୀୟ ଲୋକଙ୍କ ସହ ଜନ ପ୍ରତିନିଧିଙ୍କୁ ଡକାଯାଇ ପ୍ରସ୍ତାବିତ ସ୍ଥାନରେ କାର୍ଯ୍ୟ କରିବାକୁ ଆଲୋଚନା କରାଯିବ ବୋଲି ଜିଲାପାଳ କହିଛନ୍ତି। ଏଥିସହ ଡମ୍ପିଂୟାର୍ଡ ହେଲେ ଅଞ୍ଚଳରେ କୌଣସି ସମସ୍ୟା ହେବ ନାହିଁ। ବରଂ ରାସ୍ତାଘାଟର ଉନ୍ନତି ସହ ଅଞ୍ଚଳ ବିକାଶ ଧାରାରେ ସାମିଲ ହେବ ବୋଲି ସେ କହିଛନ୍ତି।
ଜିଲାପାଳଙ୍କ ସହ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ସଂସ୍ଥାର ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତ୍ତିରାୟ, ଉପଜିଲାପାଳ ବାସୁଦେବ ଶତପଥୀ, ପୌରନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନା କୁଶାସିଂହାସ୍ଥିତ ଡମ୍ଫିଂୟାର୍ଡ ପରିଦର୍ଶନରେ ଯାଇଥିଲେ। ସେଠାରେ ଅଞ୍ଚଳ ବୁଲିଦେଖିବା ସହ ପ୍ରକଳ୍ପ କାର୍ଯ୍ୟକୁ କିପରି କରାଯିବ ସେ ନେଇ ଆଲୋଚନା ହୋଇଥିଲା। ଅନ୍ୟପକ୍ଷରେ ସୋମବାର ଜିଲାର ଦୁଇଟି ପୌରପାଳିକା ଓ ଗୋଟିଏ ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାହୀ ଅଧିକାରୀଙ୍କ ସହ ଉପଜିଲାପାଳ ଏକ ବୈଠକ କରିଥିଲେ। ବୈଠକରେ କିପରି ୱେଷ୍ଟ ମ୍ୟାନେଜମେଣ୍ଟ ବ୍ୟବସ୍ଥା ଚାଲିଛି ତାର ସମୀକ୍ଷା କରାଯାଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ପୌରପାଳିକା ଓ ବିଜ୍ଞାପିତ ଅଞ୍ଚଳ ପରିଷଦରେ କେତୋଟି କମ୍ପୋଷ୍ଟ ପିଟ କାର୍ଯ୍ୟ କେତେ ଦୂର ଯାଇଛି ତାର ମଧ୍ୟ ସମୀକ୍ଷା କରାଯାଇଥିଲା। ସହର ସୁସ୍ଥ ଓ ପରିଷ୍କାର ରଖିବାକୁ ମଧ୍ୟ ଜିଲାପାଳ ଆଲୋଚନା କରିଥିଲେ। ଘର ଘର ବୁଲି ଅଳିଆ ସଂଗ୍ରହ କାର୍ଯ୍ୟଠାରୁ ଜିଲାର ପ୍ରତ୍ୟେକ ସହରରେ କିପରି ସଫେଇ ଚାଲିଛି ତାର ମଧ୍ୟ ଜିଲାପାଳ ସମୀକ୍ଷା କରିଥିଲେ। ସହରଗୁଡ଼ିକରେ ପ୍ଲାଷ୍ଟିକ ମ୍ୟାନେଜମେଣ୍ଟ ଠିକ୍ ଭାବେ କରାଯାଉଛି କି ନାହିଁ ବିଭିନ୍ନ ପୌର ଓ ବିଜ୍ଞାପିତ ଅଧିକାରୀଙ୍କଠାରୁ ପଚାରି ବୁଝିଥିଲେ।
ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ
ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…
ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…
ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…
ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା
ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…
ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ
ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…
ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ
ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…
ଜଙ୍ଗଲରେ ଭୋଜି ମନା
ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…
ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍ ପଛରେ ପିଟିହେଲା କାର୍, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…
ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…
ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ
ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…
Archives

