Posted inଜାତୀୟ

ଡଷ୍ଟବିନ୍‌କୁ ଗଲା ମଧ୍ୟଯୁଗୀୟ ପ୍ରଥା: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧ା୭: ତିନି ତଲାକ୍‌ ବିଲ୍‌କୁ ପାର୍ଲାମେଣ୍ଟର ମଞ୍ଜୁରୀ ପରେ ଏବେ ରାଷ୍ଟ୍ରପତିଙ୍କ ମୋହରକୁ ଅପେକ୍ଷା। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହାକୁ ଅନୁମୋଦନ କରିବା ପରେ ବିଲ୍‌ ଆଇନରେ ପରିଣତ ହେବ। ୨୦୧୭ ଅଗଷ୍ଟରେ ଟ୍ରିପଲ୍‌ ତଲାକ୍‌କୁ ସୁପ୍ରିମକୋର୍ଟ ଅସାମ୍ବିଧାନିକ ବୋଲି ଘୋଷଣା କରିଥିଲେ। ଏହା ପରେ ପ୍ରଥମେ ୨୦୧୭ ଡିସେମ୍ବରରେ ତିନି ତଲାକ୍‌ ବିଲ୍‌ ଲୋକ ସଭାରେ ଆଗତ ହୋଇଥିଲା। ଉକ୍ତ ବିଲ୍‌ ନିମ୍ନ ସଦନରେ ଆଉ ୨ ଥର ଗୃହୀତ ହୋଇଥିବାବେଳେ ରାଜ୍ୟ ସଭାରେ ଏନ୍‌ଡିଏର ସଂଖ୍ୟାଗରିଷ୍ଠତା ନ ଥିବାରୁ ଏହା ଅଟକି ଯାଇଥିଲା। ୨୦୧୯ ସାଧାରଣ ନିର୍ବାଚନରେ ନରେନ୍ଦ୍ର ମୋଦି ସରକାର ପୁନଃ କ୍ଷମତାସୀନ ହେବା ପରେ ଗତ ସପ୍ତାହରେ ଏହା ଲୋକ ସଭାରେ ଗୃହୀତ ହୋଇଥିଲା। ମଙ୍ଗଳବାର ବିଲ୍‌ ଉଚ୍ଚ ସଦନରେ ଗୃହୀତ ହେବା ପରେ ମଧ୍ୟଯୁଗୀୟ ପ୍ରଥା ଶେଷରେ ଇତିହାସର ଡଷ୍ଟବିନ୍‌କୁ ଚାଲିଯାଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରିଛନ୍ତି। ଏହା ଆଇନରେ ପରିଣତ ହେଲେ କୌଣସି ମୁସଲମାନ ପୁରୁଷ କଥିତ, ଲିଖିତ କିମ୍ବା ହ୍ବାଟ୍ସଆପ୍‌ ବା ଅନ୍ୟ କୌଣସି ଇଲେକ୍ଟ୍ରୋନିକ୍ସ ମାଧ୍ୟମରେ ସ୍ତ୍ରୀଙ୍କୁ ତିନିଥର ତଲାକ୍‌ କହି ଛାଡ଼ପତ୍ର ଦେଇପାରିବେ ନାହିଁ। କେହି ଏପରି କଲେ ତାହାକୁ ଧର୍ତ୍ତବ୍ୟ ଅପରାଧ ଭାବେ ବିବେଚନା କରାଯିବ। ସମ୍ପୃକ୍ତ ଅଭିଯୁକ୍ତଙ୍କୁ ୩ ବର୍ଷ ପର୍ଯ୍ୟନ୍ତ ଜେଲ୍‌ ଓ ଜରିମାନାର ବ୍ୟବସ୍ଥା ଏଥିରେ ରହିଛି। ଏହାସହ ତିନି ତଲାକ୍‌ ମାମଲାର ତଦନ୍ତ କରୁଥିବା ପୋଲିସ ଅଧିକାରୀ ଅଭିଯୁକ୍ତଙ୍କୁ ବିନା ଓ୍ବାରେଣ୍ଟରେ ଗିରଫ କରିପାରିବେ। ପୀଡ଼ିତ ମହିଳାଙ୍କ ପକ୍ଷ ଶୁଣିବା ପରେ ତାଙ୍କୁ ଜଣେ ମାଜିଷ୍ଟ୍ରେଟ୍‌ ଜାମିନ ଦେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri