Posted inଜାତୀୟ

ଡଷ୍ଟବିନ୍‌କୁ ଗଲା ମଧ୍ୟଯୁଗୀୟ ପ୍ରଥା: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧ା୭: ତିନି ତଲାକ୍‌ ବିଲ୍‌କୁ ପାର୍ଲାମେଣ୍ଟର ମଞ୍ଜୁରୀ ପରେ ଏବେ ରାଷ୍ଟ୍ରପତିଙ୍କ ମୋହରକୁ ଅପେକ୍ଷା। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହାକୁ ଅନୁମୋଦନ କରିବା ପରେ ବିଲ୍‌ ଆଇନରେ ପରିଣତ ହେବ। ୨୦୧୭ ଅଗଷ୍ଟରେ ଟ୍ରିପଲ୍‌ ତଲାକ୍‌କୁ ସୁପ୍ରିମକୋର୍ଟ ଅସାମ୍ବିଧାନିକ ବୋଲି ଘୋଷଣା କରିଥିଲେ। ଏହା ପରେ ପ୍ରଥମେ ୨୦୧୭ ଡିସେମ୍ବରରେ ତିନି ତଲାକ୍‌ ବିଲ୍‌ ଲୋକ ସଭାରେ ଆଗତ ହୋଇଥିଲା। ଉକ୍ତ ବିଲ୍‌ ନିମ୍ନ ସଦନରେ ଆଉ ୨ ଥର ଗୃହୀତ ହୋଇଥିବାବେଳେ ରାଜ୍ୟ ସଭାରେ ଏନ୍‌ଡିଏର ସଂଖ୍ୟାଗରିଷ୍ଠତା ନ ଥିବାରୁ ଏହା ଅଟକି ଯାଇଥିଲା। ୨୦୧୯ ସାଧାରଣ ନିର୍ବାଚନରେ ନରେନ୍ଦ୍ର ମୋଦି ସରକାର ପୁନଃ କ୍ଷମତାସୀନ ହେବା ପରେ ଗତ ସପ୍ତାହରେ ଏହା ଲୋକ ସଭାରେ ଗୃହୀତ ହୋଇଥିଲା। ମଙ୍ଗଳବାର ବିଲ୍‌ ଉଚ୍ଚ ସଦନରେ ଗୃହୀତ ହେବା ପରେ ମଧ୍ୟଯୁଗୀୟ ପ୍ରଥା ଶେଷରେ ଇତିହାସର ଡଷ୍ଟବିନ୍‌କୁ ଚାଲିଯାଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରିଛନ୍ତି। ଏହା ଆଇନରେ ପରିଣତ ହେଲେ କୌଣସି ମୁସଲମାନ ପୁରୁଷ କଥିତ, ଲିଖିତ କିମ୍ବା ହ୍ବାଟ୍ସଆପ୍‌ ବା ଅନ୍ୟ କୌଣସି ଇଲେକ୍ଟ୍ରୋନିକ୍ସ ମାଧ୍ୟମରେ ସ୍ତ୍ରୀଙ୍କୁ ତିନିଥର ତଲାକ୍‌ କହି ଛାଡ଼ପତ୍ର ଦେଇପାରିବେ ନାହିଁ। କେହି ଏପରି କଲେ ତାହାକୁ ଧର୍ତ୍ତବ୍ୟ ଅପରାଧ ଭାବେ ବିବେଚନା କରାଯିବ। ସମ୍ପୃକ୍ତ ଅଭିଯୁକ୍ତଙ୍କୁ ୩ ବର୍ଷ ପର୍ଯ୍ୟନ୍ତ ଜେଲ୍‌ ଓ ଜରିମାନାର ବ୍ୟବସ୍ଥା ଏଥିରେ ରହିଛି। ଏହାସହ ତିନି ତଲାକ୍‌ ମାମଲାର ତଦନ୍ତ କରୁଥିବା ପୋଲିସ ଅଧିକାରୀ ଅଭିଯୁକ୍ତଙ୍କୁ ବିନା ଓ୍ବାରେଣ୍ଟରେ ଗିରଫ କରିପାରିବେ। ପୀଡ଼ିତ ମହିଳାଙ୍କ ପକ୍ଷ ଶୁଣିବା ପରେ ତାଙ୍କୁ ଜଣେ ମାଜିଷ୍ଟ୍ରେଟ୍‌ ଜାମିନ ଦେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri