Posted inଖେଳ

ଡାଇନାମୋ ମସ୍କୋର ୩ ଖେଳାଳି ପଜିଟିଭ୍‌

ମସ୍କୋ,୨୨ା୬ (ଏ.ପି.): ଡାଇନାମୋ ମସ୍କୋର ୩ ଖେଳାଳି କରୋନା ପଜିଟିଭ ଜଣାପଡ଼ିବା ପରେ ଚଳିତ ରଷିଆନ ଫୁଟ୍‌ବଲ ଲିଗ୍‌ରେ ଆଗକୁ ଖେଳାଯିବାକୁ ଥିବା ଏହାର ଏକ ମ୍ୟାଚ୍‌କୁ ସ୍ଥଗିତ ରଖାଯାଇଛି। କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ଆସିଥିବା ଖେଳାଳି ହେଲେ ଫରଓ୍ବାର୍ଡ କ୍ଲିଣ୍ଟନ ଏନ୍‌’ଜେ ଏବଂ ମିଡ୍‌ଫିଲ୍ଡର ଦ୍ୱୟ ଚାଲର୍‌ସ କାବୋରେ ଏବଂ ସେବାଷ୍ଟିଆନ ସିଜିମାନସ୍କି। ଶନିବାର ଅନ୍ୟ ସମସ୍ତ ଖେଳାଳିଙ୍କଠାରୁ ସଂଗ୍ରହ କରାଯାଇଥିବା ସାମ୍ପଲ ନେଗେଟିଭ୍‌ ଆସିଥିଲା। ଡାଇନାମୋ ରବିବାର ଏଫ୍‌ସି କ୍ରାସ୍‌ନୋଦର ବିପକ୍ଷରେ ଖେଳିଥାନ୍ତା। କିନ୍ତୁ ମ୍ୟାଚ୍‌କୁ ସ୍ଥଗିତ ରଖିବା ଲାଗି କ୍ରାସ୍‌ନୋଦର ରାଜି ହୋଇ ଯାଇଥିଲା। ଏହି ମ୍ୟାଚ ପାଇଁ ରଷିଆନ ଫୁଟ୍‌ବଲ ଆସୋସିଏଶନ ନୂଆ ତାରିଖ ଜୁଲାଇ ୧୯ ଧାର୍ଯ୍ୟ କରିଛି। କରୋନା ଭାଇରସ୍‌ ଯୋଗୁ ୩ ମାସ ସ୍ଥଗିତ ରହିବାପରେ ଗତ ଶୁକ୍ରବାରଠାରୁ ରଷିଆନ ଲିଗ୍‌ ପୁନର୍ବାର ଆରମ୍ଭ ହୋଇଛି। କରୋନା ଭାଇରସ୍‌ ଦ୍ୱାରା ବାଧାପ୍ରାପ୍ତ ହେବାରେ ଏହା ହେଉଛି ଦ୍ୱିତୀୟ ମ୍ୟାଚ। ଶୁକ୍ରବାର ଖେଳାଯାଇଥିବା ଏକ ମ୍ୟାଚରେ ସୋଚି ୧୦-୧ରେ ଏଫ୍‌ସି ରୋସ୍ତଭକୁ ପରାସ୍ତ କରିଛି। ରୋସ୍ତଭ ଏହି ମ୍ୟାଚରେ ଯୁବ ଖେଳାଳିଙ୍କୁ ଖେଳାଇବାକୁ ବାଧ୍ୟ ହୋଇଥିଲା। ଏପରି କି ଦଳର କେତେଜଣ ଖେଳାଳିଙ୍କ ବୟସ ମାତ୍ର ୧୬ ବର୍ଷ ଥିଲା। ରୋସ୍ତଭର ପ୍ରଥମ ଦଳରେ ଜଣେ କରୋନା ପଜିଟିଭ ଥିବା ଜଣାପଡ଼ିବା ପରେ ସମସ୍ତ ଖେଳାଳି ଏବେ ଆଇସୋଲେଶନରେ ଅଛନ୍ତି। ମ୍ୟାଚକୁ ସ୍ଥଗିତ ରଖିବା ଲାଗି ସୋଚି କୌଣସିମତେ ରାଜି ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

ODI ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖରାପ ଖବର: ବାଦ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୦।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଜୁନ ୧୩ରୁ ଆରମ୍ଭ ହେବାକୁ ଯାଉଛି। ତଥାପି, ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ…

ଅଧିନାୟକ ପଦ ଛାଡି କ୍ରିକେଟରୁ ବିଦାୟ ଦେବେ ବେନ ଷ୍ଟୋକ୍ସ! ନାଇଟ କ୍ଲବ ଘଟଣା ପରେ କ୍ରିକେଟଙ୍କ ନିଷ୍ପତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି

ନୂଆଦିଲ୍ଲୀ,୧୦।୬: କ୍ରିକେଟ ଇତିହାସର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ ବେନ ଷ୍ଟୋକ୍ସ ଖୁବ ଶୀଘ୍ର ତାଙ୍କର ଅବସର ଘୋଷଣା କରିପାରନ୍ତି। ରିପୋର୍ଟ ଅନୁସାରେ ଷ୍ଟୋକ୍ସ ଟେଷ୍ଟ ଅଧିନାୟକ…

୩୫ ଚୌକା, ୯ ଛକା ସହ ୨୧୦ ରନର ଏକ ଇନିଂସ… ବୈଭବ ସୂର୍ଯ୍ୟବଂଶୀ ନୁହେଁ ଗର୍ଜିଲା ତାଙ୍କ ବନ୍ଧୁଙ୍କ ବ୍ୟାଟ

ନୂଆଦିଲ୍ଲୀ,୧୦।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଇପିଏଲ ୨୦୨୬ରେ ତାଙ୍କର ଚମତ୍କାର ବ୍ୟାଟିଂ ପ୍ରଦର୍ଶନ ଦ୍ୱାରା କେବଳ ଲୋକଲୋଚନକୁ ଆସି ନଥିଲେ ବରଂ ଭାରତୀୟ ଜାତୀୟ ଦଳରେ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ଫିଫା ଜାରିକଲା କଡ଼ା ନୂଆ ନିୟମାବଳୀ,ଜାଣନ୍ତୁ…

ଓ୍ବାଶିଂଟନ୍‌,୧୦।୬: ଆମେରିକାସରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ର ୨୩ତମ ସଂସ୍କରଣ ଲାଗି ଖେଳାଳିଙ୍କୁ କଡ଼ା ଶୃଙ୍ଖଳା ମଧ୍ୟରେ ରହିବାକୁ ପଡ଼ିବ। ସମୟ ନଷ୍ଟ ଓ ଇଞ୍ଜୁରି ବାହାନା…

ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଲଣ୍ଡନ,୯ା୬: ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ଓ ତାଙ୍କ ଟିମ୍‌ମେଟ୍‌ ଗସ୍‌ ଆଟକିନସନ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ରିକେଟରୁ ବାଦ୍‌ ପଡ଼ିଛନ୍ତି। ଦଳର ପ୍ରୋଟୋକଲ ଭଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri