ଡାଇବେଟିସ୍‌କୁ ନିୟନ୍ତ୍ରଣରେ ରଖେ ଛତୁ

ବ୍ଲଡ ସୁଗାର ସମସ୍ୟା ଏବେ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ମଧୁମେହ ବା ଡାଇବେଟିସ୍‌ ରୋଗୀଙ୍କ ସଂଖ୍ୟା ମଧ୍ୟ ଦ୍ରୁତଗତିରେ ବଢି ଚାଲିଛି। ହେଲେ ଛତୁ ଖାଇଲେ ଏହା ନିୟନ୍ତ୍ରଣରେ ରହିଥାଏ ବୋଲି ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡିଛି। କାରଣ ଏଥିରେ ରହିଛି ଆଣ୍ଟିଅକ୍ସିଡାଣ୍ଟ, ପ୍ରୋଟିନ୍‌, ଭିଟାମିନ୍‌ ଡି, ସେଲେନିୟମ ଓ ଜିଙ୍କ୍‌। ଏହାକୁ ନିୟମିତ ବ୍ୟବଧାନରେ ଖାଇଲେ ଶରୀରର ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ ବୋଲି ଜଣାପଡିଛି।
-ଏଥିରେ ରହିଛି ବିଟା ଗ୍ଲାଇସିନ ଯାହା ପ୍ରୋଷ୍ଟେଟ୍‌ ଓ ବ୍ରେଷ୍ଟ କ୍ୟାନସରକୁ ଦୂରେଇ ଦେଇଥାଏ।
– ଛତୁ ନିୟମିତ ଖାଇଲେ ଶରୀରର ଓଜନ କମ୍‌ ହୋଇଥାଏ।
-ଛତୁରେ କାର୍ବୋହାଇଡ୍ରେଟ୍ସ୍ସର ମାତ୍ରା କମ୍‌ ଥିବାରୁ ଏହା ବ୍ଲଡ ସୁଗାରକୁ ନିୟନ୍ତ୍ରଣରେ ରଖିବାରେ ସହାୟକ ହୋଇଥାଏ।
-ଏଥିରେ ସେଲେନିୟମ ଥିବାରୁ ଏହା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ସହ ଥଣ୍ଡା, ସର୍ଦ୍ଦି, ଜ୍ୱର ଭଳି ଛୋଟ ଛୋଟ ରୋଗରୁ ମୁକ୍ତି ଦେଇଥାଏ।
-ସପ୍ତାହକୁ ଅତିକମ୍‌ରେ ୩ଥର ଛତୁ ଖାଇବା ଉଚିତ୍‌। ଏଥିରେ ନ୍ୟୁଟ୍ରିଜିୟମ ଓ ଏନଜାଇମ୍‌ ଥିବାରୁ ଏହା ହୃଦ୍‌ରୋଗ ସମସ୍ୟାରୁ ମୁକ୍ତି ଦେଇଥାଏ।
-ଛତୁରେ କାର୍ବୋହାଇଡ୍ରେଟ୍ସର ମାତ୍ରା କମ୍‌ ଥିବାରୁ ଏହା ପେଟ ଦରଜ, କୋଷ୍ଠ କାଠିନ୍ୟ ଓ ଏସିଡିଟି ସମସ୍ୟାକୁ ଦୂରେଇ ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri