ଡାକ୍ତରଖାନାରେ ଆଖି ବୁଜିଲେ ବୃଦ୍ଧ, ମୃତଦେହ ଗ୍ରହଣ କରିବାକୁ ମନାକଲେ ସମ୍ପର୍କୀୟ

ଲଖନପୁର, ୮।୧୦(ଡି.ଏନ.ଏ.)- ଝାରସୁଗୁଡା ଜିଲା ଲଖନପୁର ବ୍ଲକ ବନ୍ଧବାହାଲ ଫାଣ୍ଡି ଅଧୀନ ଏମ୍‌ସିଏଲ୍‌ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବେଲପାହାଡ଼ ଗୌନ୍ତିଆପଡ଼ାର ସହଦେବ ବୁଦ୍ଧିଆ(୬୫)। ସେ ବନ୍ଧବାହାଲ ଅଞ୍ଚଳରେ ଭିକ୍ଷାବୃତ୍ତି କରି ପେଟ ପୋଶୁଥିଲେ। ତାଙ୍କ ମୃତ୍ୟୁକୁ ନେଇ ସମ୍ପର୍କୀୟମାନଙ୍କୁ ଖବର ଦିଆଯାଇଥିଲେ ହେଁ ସେମାନେ ମୃତଦେହକୁ ଗ୍ରହଣ କରିବେ ନାହିଁ ବୋଲି କହିଥିଲେ। ବର୍ତ୍ତମାନ ବୃଦ୍ଧଙ୍କ ମୃତଦେହ ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଥିବା ବେଳେ ବୁଧବାର ବ୍ୟବଚ୍ଛେଦ ପରେ ପୋଲିସ ତରଫରୁ ତାଙ୍କର ସତ୍କାର କରାଯିବ ବୋଲି ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ସହଦେବ କିଛିଦିନ ହେଲା ଅସୁସ୍ଥ ହୋଇ ସ୍ଥାନୀୟ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପଡ଼ିଥିଲେ। ଖବର ପାଇ ସ୍ବାସ୍ଥ୍ୟକର୍ମୀମାନେ ତାଙ୍କୁ ଚିକିତ୍ସା ଲାଗି ଉକ୍ତ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ମଙ୍ଗଳବାର ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri