ଡାକ୍ତରଖାନାରେ ଦଲାଲି, ଔଷଧ ଦୋକାନୀ ଗିରଫ

ଆସିକା,୨୭ା୯(ଡି.ଏନ୍‌.ଏ.): ଆସିକା ସବଡିଭିଜିନାଲ୍‌ ହସପିଟାଲକୁ ଆସୁଥିବା ରୋଗୀଙ୍କୁ ଭୂଆଁ ବୁଲାଇ ନିଜ ଔଷଧ ଦୋକାନକୁ ନେଉଥିବା ଏବଂ ମନଇଛା ଔଷଧ ଦେଇ ଲୁଟୁଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଜଣେ ଔଷଧ ଦୋକାନୀଙ୍କୁ ଗିରଫ କରିଛି। ସେ ହେଲେ ସମୀର୍‌ ଚୌଧୁରୀ। ଅଭିଯୁକ୍ତଙ୍କ ବିରୋଧରେ ଆସିକା ଥାନାରେ ନଂ.୩୩୦/୧୯ରେ ଏକ ମାମଲା ରୁଜୁ କରାଯାଇ ଶୁକ୍ରବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଥିବା ଥାନାଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଆସିକା ସରକାରୀ ଡାକ୍ତରଖାନାରେ ଦଲାଲମାନେ ଡାକ୍ତରଖାନାକୁ ଆସୁଥିବା ରୋଗୀଙ୍କ ହାତରୁ ଔଷଧ ଚିଠା ଟାଣିନେଇ ଘରୋଇ ଔଷଧ ଦୋକାନୀମାନେ ହଇରାଣ କରୁଥିବା ଅଭିଯୋଗ ହୋଇ ଆସୁଥିଲା। ଶୁକ୍ରବାର ଡାକ୍ତରଖାନା ପରିସରରେ ପୋଲିସ ଛଦ୍ମବେଶରେ ରହି ସ୍ଥିତି ଅନୁଧ୍ୟାନ କରୁଥିଲା। ଡାକ୍ତରଖାନା ସଂଲଗ୍ନ ବାଣୀବିହାରଠାରେ ଥିବା ଏକ ଔଷଧ ଦୋକାନ ମାଲିକ ଜଣେ ରୋଗୀଙ୍କ ଚିଠା ନେଇ ଡାକ୍ତରଖାନାରେ ମିଳୁଥିବା ନିରାମୟ ଔଷଧ ଭଲନାହିଁ ବୋଲି କହି ନିଜ ଦୋକାନକୁ ନେଇଥିଲେ। ସେଠାରେ ଡାକ୍ତର ଲେଖିଥିବା ଚିଠା ମୁତାବକ ଔଷଧ ନଦେଇ ଅନ୍ୟ ଔଷଧ ଦେଇ ଟଙ୍କା ନେଇଥିଲେ। ପରେ ପୋଲିସ ଦୁଇଜଣ ଛଦ୍ମବେଶୀ ରୋଗୀଙ୍କୁ ଡାକ୍ତରଙ୍କ ପାଖକୁ ପଠାଇ ଔଷଧ ଚିଠା ଆଣିବା ପରେ ଦୋକାନୀ ଜଣକ ପୁଣି ଏମାନଙ୍କୁ ନେଉଥିବାବେଳେ ତାଙ୍କୁ କାବୁ କରିଥିବା ଥାନା ଅଧିକାରୀ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri