ଡାକ୍ତରଖାନାରେ ପର୍ଯ୍ୟାପ୍ତ ଔଷଧ ରଖିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ୍‌, ୬।୨ – ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ମଙ୍ଗଳବାରଠାରୁ ଅନୁଗୋଳ ଜିଲା ଗସ୍ତରେ ଆସି ବିଭାଗୀୟ କାର୍ଯ୍ୟକ୍ରମ ସମେତ ସରକାରଙ୍କର ଅଗ୍ରାଧିକାର ଯୋଜନା ସମ୍ପର୍କରେ ସମୀକ୍ଷା କରିଛନ୍ତି। ମଙ୍ଗଳବାର ସଚିବ ପାଲଲହଡ଼ା ଅଞ୍ଚଳ ପରିଦର୍ଶନ କରି ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରିଥିଲେ। ବୁଧବାର ପୂର୍ବାହ୍ନରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷଠାରେ ଜିଲାରେ ଚାଲିଥିବା ସରକାରଙ୍କ ୧୧ଟି ପ୍ରମୁଖ ଯୋଜନା ଗୁଡ଼ିକର ସମୀକ୍ଷା କରିଥିଲେ।
ମମତା, ନିରାମୟ, ଗଭୀର ନଳକୂପ ଓ ଉଠା ଜଳସେଚନ, ପାନୀୟ ଜଳ, ପିଡିଏସ୍‌-ଏନ୍‌ଏଫ୍‌ଏସ୍‌ଏ, ସମଗ୍ର ଶିକ୍ଷା ଓ ଛାତ୍ରାବାସ, ବିଜୁ ପକ୍କାଘର ଯୋଜନା, ମିଶନ ଶକ୍ତି, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା, ଗ୍ରାମୀଣ ବିଦ୍ୟୁତ ସଂଯୋଗ, ପେନ୍‌ସନ୍‌ ଓ ଆଇସିଡିଏସ୍‌ ଅନ୍ତର୍ଭୁକ୍ତ ଯୋଜନାଗୁଡ଼ିକର କାର୍ଯ୍ୟକାରିତା ସମ୍ପର୍କରେ ସଚିବ ସମୀକ୍ଷା କରିଥିଲେ। ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଭିନ୍ନକ୍ଷମମାନଙ୍କ ପାଇଁ ଉଦ୍ଦିଷ୍ଟ ୪ ପ୍ରତିଶତ ଗୃହ ଠିକ୍‌ ଭାବେ ଯୋଗାଇ ଦିଆଯାଉଛି କି ନାହିଁ ସଚିବ ବିଭାଗୀୟ ଅଧିକାରୀଙ୍କ ଠାରୁ ପଚାରି ବୁଝିଥିଲେ। ସବୁ ଡାକ୍ତରଖାନାରେ ପର୍ଯ୍ୟାପ୍ତ ପରିମାଣରେ ଔଷଧ ଗଚ୍ଛିତ ରଖିବାକୁ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଅମରେନ୍ଦ୍ରନାଥ ମହାନ୍ତିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଔଷଧ ଗୁଡ଼ିକ ଯେପରି ନଷ୍ଟ ନ ହେବ ସେଥିପାଇଁ ଧ୍ୟାନ ଦେବାକୁ ମହାନ୍ତିଙ୍କୁ କହିଥିଲେ। ବିଗତ ୩ ବର୍ଷର ଓପିଡି ରୋଗୀଙ୍କ ତାଲିକା ପ୍ରସ୍ତୁତ କରିବା ପାଇଁ ସଚିବ ଡାକ୍ତର ମହାନ୍ତିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଚିକିତ୍ସାଳୟରେ ଅତ୍ୟାଧୁନିକ ରୋଷେଇ ଗୃହ ନିର୍ମାଣ ଉପରେ ସଚିବ ଗୁରୁତ୍ୱ ଦେଇଥିଲେ। ଏଥିପାଇଁ ଅଧିକ ଅର୍ଥ ଆବଶ୍ୟକ ପଡ଼ିଲେ ଜିଲା ଖଣିଜ ପାଣ୍ଠିରୁ ଯୋଗାଇ ଦିଆଯିବ ବୋଲି ଜିଲାପାଳ ମନୋଜ କୁମାର ମହାନ୍ତି ପ୍ରତିଶ୍ରୁତି ଦେଇଥିଲେ। ସେହିପରି ଜିଲାର ବିଭିନ୍ନ ସ୍ଥାନରୁ ୧୪୦ଟି ବୋରୱେଲର ଭୂତଳ ଜଳ ପରୀକ୍ଷା ପାଇଁ ନମୁନା ପଠାଯାଇଛି ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଥିଲେ। ଜିଲାର ପାଖାପାଖି ୩୫ ହଜାର କୃଷକ ଉଠା ଜଳସେଚନ ଓ ବୋରୱେଲ ବ୍ୟବହାର କରି କୃଷି କାର୍ଯ୍ୟ କରୁଥିବା ବିଭାଗୀୟ ଅଧିକାରୀ ପ୍ରକାଶ କରିଥିଲେ। ତେବେ କୃଷି ଓ କୃଷକଙ୍କ ସମ୍ପର୍କିତ ବିସ୍ତୃତ ତଥ୍ୟ ପ୍ରଦାନ କରିବାକୁ ସଚିବ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅନେକ ଜାଗାରେ ଗୋଟିଏ ପରିବାର ପାଇଁ ଉଦ୍ଦିଷ୍ଟ ପାନୀୟ ଜଳ ଯୋଗାଣ ପଏଣ୍ଟରୁ ୨-୩ଟି ପରିବାର ପାନୀୟ ଜଳ ବ୍ୟବହାର କରୁଛନ୍ତି। ପୌରପାଳିକା ନିର୍ବାଚନ ପରେ ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ ବୋଲି ବିଭାଗୀୟ ଅଧିକାରୀ ପ୍ରକାଶ କରିଥିଲେ। ସରକାରଙ୍କ ପ୍ରଦତ୍ତ ଏଲ୍‌ଇଡି ଲାଇଟ୍‌ ଗୁଡ଼ିକ ଠିକ୍‌ ଭାବେ ବଣ୍ଟନ କରାଯାଉଛି କି ନାହିଁ ସଚିବ ପଚାରି ବୁଝିଥିଲେ। ଯେଉଁଠି ଏହି ବଲ୍‌ଗୁଡ଼ିକ ଶୀଘ୍ର ଫିଉଜ୍‌ ହୋଇଯାଉଛି ଏହା ଉପରେ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲାପାଳ ଓ ନିର୍ବାହୀ ଯନ୍ତ୍ରୀ (ସେସୁ)ଙ୍କୁ ସେ ପରାମର୍ଶ ଦେଇଥିଲେ। ଜିଲାର ପ୍ରତି ବିଦ୍ୟାଳୟରେ ପାଠାଗାର କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସଚିବ ଜିଲା ଶିକ୍ଷା ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଜିଲାରେ ଥିବା ଭିନ୍ନକ୍ଷମ ଶ୍ରମିକ ପରିବାରଙ୍କ ତାଲିକା ପ୍ରସ୍ତୁତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳଙ୍କ ସମେତ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତ୍ତିରାୟ ଓ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

ଜିଏମ୍‌ଡିସି: ଗୁଜରାଟରୁ ଆସି ଖାଇଗଲେ

ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri