ଡାକ୍ତରଖାନା ପରିସରରେ ମୃତ ଶିଶୁ

ଅନୁଗୋଳ ଅଫିସ, ୧୯ା୧୦

ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଶୁକ୍ରବାର ଭୋର ସମୟରେ ଜଣେ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ଶିଶୁର ଦେହରେ ନାଭି ଲାଗିଥିବାବେଳେ କେହି କପଡାରେ ଗୁଡାଇ ମେଡିକାଲର ପୁରୁଣା ଓଟି(ଏମ୍‌ଆରଆଇ ପାର୍ଶ୍ୱରେ ଥିବା ଔଷଧ ବିତରଣ କେନ୍ଦ୍ର) ସମ୍ମୁଖରେ ଫିଙ୍ଗି ଦେଇଥିବା ଜଣାପଡିଛି। ତେବେ ଶିଶୁକନ୍ୟା ସେଠାକୁ କିପରି ଆସିଲା, କିଏ ଏପରି ଅବସ୍ଥାରେ ଶିଶୁଟିକୁ ଛାଡିଥିବା ସମ୍ପର୍କରେ ମେଡିକାଲ ପ୍ରଶାସନ ନିକଟରେ ଖବର ନ ଥିବା ସାଧାରଣରେ ପ୍ରଶ୍ନ ସୃଷ୍ଟି କରିଛି।
ସୂଚନା ମୁତାବକ, ଭୋର ପ୍ରାୟ ସାଢେ ୪ଟାରୁ ସାଢେ ୫ଟା ସମୟରେ ମେଡିକାଲର ସଫେଇ କର୍ମଚାରୀମାନେ ଔଷଧ ବିତରଣ କେନ୍ଦ୍ର ନିକଟରେ ନବଜାତ ଶିଶୁକନ୍ୟାର ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ସକାଳ ପ୍ରାୟ ୬ଟା ବେଳେ ମୃତଦେହକୁ ସଫେଇ କର୍ମଚାରୀମାନେ ଉଠାଇ ନେଇଥିବା ଜଣାପଡିଛି। ହେଲେ ଏ ସଂକ୍ରାନ୍ତରେ ମେଡିକାଲ ସୁପରଭାଇଜର ଶାନ୍ତନୁ କୁମାର ସ୍ବାଇଁଙ୍କୁ ପଚାରିବାରେ ଏଭଳି କିଛି ଘଟଣା ଡାକ୍ତରଖାନାରେ ଘଟି ନ ଥିବା କହିଛନ୍ତି। ଶିଶୁର ମୃତଦେହକୁ ବାୟୋବଜର୍ର୍ ପରିଚାଳନା ସ୍ଥାନରେ ପକାଯାଇଥିବା ଚର୍ଚ୍ଚା ହେଉଛି। ଘଟଣା ସମ୍ପର୍କରେ ଏଡିଏମ୍‌ଓ (ମେଡିକାଲ)ଲକ୍ଷ୍ମୀନାରାୟଣ ବିଶୋଇଙ୍କୁ ପଚାରିବାରେ, ଡାକ୍ତରଖାନା ପରିସରରେ ଏଭଳି ଘଟଣା ଘଟିଥିବା ସମ୍ପର୍କରେ ଗଣମାଧ୍ୟମ ନିକଟରୁ ଖବର ପାଇଥିବା ସେ କହିଥିଲେ। କିପରି ମେଡିକାଲ ପରିସରକୁ ମୃତଦେହ ଆସିଲା ସେ ସମ୍ପର୍କରେ ତଦନ୍ତ କରାଯିବ। ମେଡିକାଲରେ ଲାଗିଥିବା ସିସିଟିଭି କ୍ୟାମେରା ଯାଞ୍ଚ କରାଯାଇ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ଡାକ୍ତରଖାନା ପରିସରରୁ ଶିଶୁକନ୍ୟା ମୃତଦେହ ଉଦ୍ଧାର କରାଯିବା ଓ ସେଠାରୁ ସଫେଇ କର୍ମଚାରୀମାନେ ମୃତଦେହ ସ୍ଥାନାନ୍ତର କରିବା ଘଟଣା କିପରି ଖୋଦ ମେଡିକାଲ କର୍ତ୍ତୃପକ୍ଷ ଜାଣିପାରିଲେ ନାହିଁ ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri