ଡାକ୍ତରଖାନା ଯିବା ବାଟରେ ଆଖି ବୁଜିଲେ ମହିଳା: ବଳାତ୍କାର ଅଭିଯୋଗ ଆଣିଲେ ସ୍ବାମୀ

ରାୟଗଡା ଅଫିସ,୧୨।୫-ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିନରେ କାମ କରୁଥିବା ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ନେଇ ତାଙ୍କ ସ୍ବାମୀ ଗତ ୭ ତାରିଖରେ ମାଲକାନଗିରି ଥାନାରେ ଅଭିଯୋଗ କରିଥିଲେ। ତେବେ ସମ୍ପୃକ୍ତା ମହିଳାଙ୍କୁ ମଙ୍ଗଳବାର ରାତିରେ ସଙ୍କାଟାପନ୍ନ ଅବସ୍ଥାରେ କୋରାପୁଟ ମେଡ଼ିକାଲରୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଉଥିବାବେଳେ ରାୟଗଡ଼ା ନିକଟରେ ତାଙ୍କର ମୃତ୍ୟୁ ଘଟିଛି।
ପ୍ରକାଶ ଯେ, ସମ୍ପୃକ୍ତ ପୀଡ଼ିତା ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେବା ପରେ ମଧ୍ୟ ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସି ନ ଥିଲା। ପରେ କୋରାପୁଟ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇ ଗୋଟିଏ ଟିମ ଗଠନ କରି ତାଙ୍କର ଚିକିତ୍ସା କରାଯାଇଥିଲା। ହେଲେ ମଙ୍ଗଳବାର ହଠାତ ସ୍ବାସ୍ଥ୍ୟବସ୍ଥା ବିଗି଼ଡି ଯିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଉଥିବାବେଳେ ଅଧା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଅପରପକ୍ଷେ ତାଙ୍କ ସ୍ବାମୀଙ୍କ ଅଭିଯୋଗକ୍ରମେ ମାଲକାନଗିରି ପୋଲିସ ନଂ. ୧୪୨ /୨୦ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବ୍ୟାନର ମାରି ଉପସ୍ଥିତି ଦର୍ଶାଇଲେ ମାଓବାଦୀ: ଆତଙ୍କିତ ନ ହେବାକୁ….

ରାୟଗଡ଼ା/କଲ୍ୟାଣସିଂହପୁର,୧୪।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ମାଓବାଦୀ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ଜଣ ମାଓବାଦୀ ଆତ୍ମସମର୍ପଣ ପରେ ରାୟଗଡ଼ା ଜିଲା ଏକ ପ୍ରକାର ମାଓମୁକ୍ତ ଅଞ୍ଚଳ…

ଦୁଇ ଦିନ ତଳେ ଇସ୍ତଫା ଦେଇଥିଲେ, ପୁଣି ଦଳକୁ ବାହୁଡିଲେ  ପୂର୍ବରୁ ବିଷମକଟକ ବ୍ଲକରେ…

ରାୟଗଡ଼ା,୧୩।୨(ରଞ୍ଜନ ପଣ୍ଡା): ନୂତନ ଗଠିତ ଜିଲା ବିଜେଡି କମିଟିରେ ଉପସଭାପତି ପଦ ପାଇଥିବା କାଶୀପୁର ବ୍ଲକ ବରିଷ୍ଠ ବିଜେଡି ନେତା ଗଣେଶ ସାଉଁତା ବୁଧବାର ନିଜ ପଦବୀରୁ…

ରାୟଗଡ଼ାରେ ମାଓବାଦୀ ପୋଷ୍ଟର, ଆଦିବାସୀଙ୍କୁ ନକ୍ସଲରେ ରଖି ଅତ୍ୟାଚାର…

ରାୟଗଡ଼ା,୧୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ବ୍ଲକ ବାଇସିଙ୍ଗ ପଞ୍ଚାୟତ ଅନ୍ତର୍ଗତ ଧୁମାଗୁଡ଼ା ବସଷ୍ଟପ ନିକଟରେ ମାଓବାଦୀ ପୋଷ୍ଟର ଦେଖାଯାଇଛି । ଏହି ପୋଷ୍ଟରଟି ସସିପିଆଇ ମାଓବାଦୀ ପକ୍ଷରୁ…

ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…

ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri