ଡାକ୍ତରଖାନା ଶୌଚାଳୟରେ ତାଲା: ଶୌଚ ହେବାକୁ ଯାଇ ବୃଦ୍ଧା ହୀନସ୍ତା

ଭୁବନ, ୮।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଚାଳନାଗତ ଅବ୍ୟବସ୍ଥା ଚରମ ସୀମାରେ ପହଞ୍ଚତ୍ଛି। କେତେବେଳେ ବର୍ଷା ପାଣିରେ ରୋଗୀ ଘାଣ୍ଟି ହେଉଛନ୍ତି ତ, ଆଉ କେବେ ଚିକିତ୍ସା ସୁବିଧା ନ ପାଇ ନିରାଶ ହୋଇ ଫେରୁଛନ୍ତି ଆସନ୍ନ ପ୍ରସବା। ବୁଧବାର ଝାଡ଼ାବାନ୍ତିରେ ଆକ୍ରାନ୍ତ ଜଣେ ରୋଗୀ ବାହାରକୁ ଶୌଚ ହେବାକୁ ଯାଇ ୫ଘଣ୍ଟା ପରେ ଉଦ୍ଧାର ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଡାକ୍ତରଖାନାରେ ରୋଗୀଙ୍କ ଲାଗି ଉପଲବ୍ଧ ଶୌଚାଳୟରେ ତାଲା ଝୁଲୁଥିବାରୁ ଏପରି ଅବ୍ୟବସ୍ଥା ହୋଇଥିବା ରୋଗୀଙ୍କ ସମ୍ପର୍କୀୟମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ଯାଜପୁର ଜିଲା ସୁକିନ୍ଦା ଥାନା ବର୍ତଣ୍ଡା ଗ୍ରାମର ମୁକ୍ତା ପାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଭୁବନ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମଙ୍ଗଳବାର ରାତି ପ୍ରାୟ ୧୨ଟାରେ ରୋଗୀଙ୍କ ପାଇଁ ଉଦ୍ଦିଷ୍ଟ ଶୌଚାଳୟରେ ତାଲା ପଡ଼ିଥିବାରୁ ସେ ବାଧ୍ୟ ହୋଇ ସ୍ବାସ୍ଥ୍ୟକେନ୍ଦ୍ର ପଛପାଖରେ ଥିବା ପରିତ୍ୟକ୍ତ ସ୍ଥାନକୁ ଶୌଚ ହେବାକୁ ଯାଇଥିଲେ। ହେଲେ ବୟସାଧିକ୍ୟ କାରଣରୁ ସେ ରାସ୍ତା ନ ପାଇ କାନ୍ଥ ପାଖରେ ଆଶ୍ରୟ ନେଇଥିଲେ। ରାତି ସାରା ବର୍ଷା ହେଉଥିବାବେଳେ ଅସହାୟ ଅବସ୍ଥାରେ ଭିଜିବା ଛଡ଼ା ତାଙ୍କ ପାଖରେ ଅନ୍ୟ ଉପାୟ ନ ଥିଲା। ଶଯ୍ୟା ନିକଟରେ ଶୋଇଥିବା ବୋହୂପୁଅ ଉଠିବା ବେଳକୁ ମୁକ୍ତା ନ ଥିଲେ। ସେମାନେ ବ୍ୟସ୍ତ ହୋଇ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର ପତ୍ତା ମିଳି ନ ଥିଲା। ଏ ନେଇ ଦମକଳ ବାହିନୀକୁ ସୂଚନା ଦିଆଯାଇଥିଲା। ସକାଳ ୫ଟାରେ ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ଖୋଜାଖୋଜି କରିବା ପରେ ତାଙ୍କୁ ଠାବ କରାଯାଇଥିଲା। ଅତ୍ୟଧିକ ବର୍ଷାରେ ଭିଜିବା କାରଣରୁ ମୁକ୍ତା ଥରୁଥିଲେ। ଭୟଭୀତ ମଧ୍ୟ ହୋଇପଡ଼ିଥିଲେ। ଏପରି ଅବ୍ୟବସ୍ଥା ପାଇଁ ମୁକ୍ତାଙ୍କ ପରିବାର ସଦସ୍ୟ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି।
ଏ ସଂକ୍ରାନ୍ତରେ ସ୍ବାସ୍ଥ୍ୟକେନ୍ଦ୍ର ଦାୟିତ୍ୱରେ ଥିବା ଡା. ରମେଶ ଚନ୍ଦ୍ର ମିଶ୍ରଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ଏ ନେଇ ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ରଙ୍କ ମତାମତ ଲୋଡ଼ାଯିବାରୁ ସେ କହିଛନ୍ତି, ଭୁବନ ସ୍ବାସ୍ଥ୍ୟକେନ୍ଦ୍ରରେ ଦିନକୁ ଦିନ ସମସ୍ୟା ବଢ଼ିବାରେ ଲାଗିଛି। ହେଲେ ରୋଗୀ କିମ୍ବା ସେମାନଙ୍କ ସମ୍ପର୍କୀୟ ଏ ନେଇ ବିଧିବଦ୍ଧ ଭାବେ ଲିଖିତ ଅଭିଯୋଗ କରୁନାହାନ୍ତି। ଅଭିଯୋଗ ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri