ଠାକୁରମୁଣ୍ଡା,୨୭ା୯(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡ ଡାକ୍ତରଖାନାରେ ଗତ ୨୩ ତାରିଖରେ ଚିକିତ୍ସାଧୀନ ରୋଗୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଥିଲା। ଉତ୍ତେଜିତ ରୋଗୀଙ୍କ ସମ୍ପର୍କୀୟମାନେ ଦାୟିତ୍ୱରେ ଥିବା ଡାକ୍ତରଙ୍କୁ ଠେଲାପେଲା କରିବା ସହ ଓ ମାଡ଼ ମାରିଥିବ ଅଭିଯୋଗ ହୋଇଥିଲା। ଏହି ଘଟଣାର ତଦନ୍ତ କରି କରଞ୍ଜିଆ ପୋଲିସ ମୃତ ମହିଳାଙ୍କ ପରିବାରର ୨ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଉଲ୍ଲେଖଯୋଗ୍ୟ ଯେ, କରଞ୍ଜିଆ ଏନଏସି ଅନ୍ତର୍ଗତ ୬ ନମ୍ବର ଓ୍ବାର୍ଡର ଦିଲ୍ଲୀପ କୁମାର ସାହୁଙ୍କ ସ୍ତ୍ରୀ ମାନ୍ଦାକିନୀଙ୍କର ଚିକିତ୍ସାଧିନ ଅବସ୍ଥାରେ ଡାକ୍ତରଖାନାରେ ମୃତ୍ୟୁ ହୋଇଥିଲା। ମୃତ ମହିଳାଙ୍କ ସମ୍ପର୍କିୟମାନେ ଡା.ଲଷ୍ମୀଧର ମହାନ୍ତଙ୍କୁ ଠେଲାପେଲା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏଥିନେଇ ଡାକ୍ତରମାନେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଫଳରେ ରୋଗୀମାନେ ଚିକିତ୍ସା ସେବା ନ ପାଇ ଅନ୍ୟତ୍ର ପଳାଇ ଯାଉଛନ୍ତି। ଏହି ଡାକ୍ତରଖାନାରେ ୨୨ ଜଣ ଡାକ୍ତରଙ୍କ ଆବଶ୍ୟକତା ଥିବାବେଳେ ମାତ୍ର ୮ ଜଣ ଡାକ୍ତର ଅଛନ୍ତି। ଗଣ୍ଡଗୋଳ ପରେ ଡାକ୍ତରମାନେ ଜିଲାପାଳ, ଏସପିଙ୍କୁ ଭେଟିବାକୁ ବାରିପଦା ଯାଇଥିଲେ। ପ୍ରତ୍ୟେହ ୩୦୦ରୁ ଊଦ୍ଧର୍ବ ରୋଗୀ ଡାକ୍ତରଖାନାକୁ ଆସୁଥିବା ବେଳେ ୨ ଦିନ ହେବ ରୋଗୀମାନେ ଏହି ଡାକ୍ତରଖାନାକୁ ଆସୁନାହାନ୍ତି। ଅଘୋଷିତ କାର୍ଯ୍ୟ ବନ୍ଦ ଯୋଗୁଁ ପ୍ରସୂତି ଓ ରୋଗୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଡାକ୍ତରଙ୍କ ଅଭିଯୋଗ କ୍ରମେ ୨ ଜଣ ଗିରଫ ହୋଇଥିବା ବେଳେ ମୃତ ମହିଳାଙ୍କ ସ୍ବାମୀ ଦିଲ୍ଲୀପ କୁମାର ସାହୁ ଚିକିତ୍ସା ଅବହେଳାରୁ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’
ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…
ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ
କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…
ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …
୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…
ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…
ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…
ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା
ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…
ଜୁନ୍ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…
ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…
ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…
ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…
ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ
ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…
Archives

