ଡାକ୍ତରଙ୍କ ପରେ ଭାଇରାଲ ହେଉଛି ଏହି କରୋନା ଯୋଦ୍ଧାଙ୍କ ଫଟୋ

ଇନ୍ଦୋର,୫ ।୪: ଦେଶରେ ବଢି ଚାଲିଥିବା କରୋନା ସଂକ୍ରମଣ ସମସ୍ତଙ୍କୁ ଚିନ୍ତାରେ ପକାଇଥିବା ବେଳେ କିଛି ଭଲ ଖବର ମଧ୍ୟ ସାମ୍ନାକୁ ଆସୁଛି । ଡାକ୍ତର ଓ ନର୍ସଙ୍କ ବ୍ୟତୀତ ଏହି କରୋନା ଯୁଦ୍ଧରେ ପୋଲିସ କର୍ମଚାରୀଙ୍କର କିଛି କମ୍ ଭୂମିକା ନାହିଁ । ଏବେ ମଧ୍ୟପ୍ରଦେଶ ଇନ୍ଦୋରର ଜଣେ ପୋଲିସଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଇନ୍ଦୋର ତୁକୋଗଞ୍ଜ ଥାନାରେ ଟ୍ରାଫିକ ଇନସପେକ୍ଟର ଭାବେ କାମ କରୁଥିବା ନିର୍ମଳ ଶ୍ରୀବାସଙ୍କର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ସେ ତାଙ୍କ ଘର ବାହାରେ ବସି ଖାଦ୍ୟ ଖାଉଥିବା ବେଳେ ଦୁଆର ମୁହଁରେ ତାଙ୍କର କୁନି ଝିଅଟି ତାଙ୍କୁ ଅନାଇ ରହିଛି । ଲକ୍‌ଡାଉନ୍ ସମୟରେ ଡ୍ୟୁଟି ସାରି ଘରକୁ ଫେରିଥିବା ନିର୍ମଳ କରୋନା ଭୟରେ ଘରକୁ ଯାଉ ନ ଥିବାରୁ ଘର ବାହାରେ ବସି ଖାଉଛନ୍ତି ।

କିଛିଦିନ ତଳେ ଭୋପାଳରୁ ଆସିଥିବା ଏମିତି ଏକ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଯେଉଁଥିରେ ଦେଖିବାକୁ ମିଳିଥିଲା ଭୋପାଳର ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସୁଧିର ଡେହରିଆ ୫ ଦିନ ପରେ ଘରକୁ ଫେରି ଭିତରକୁ ନ ଯାଇ ଘର ବାହାରେ ବସି ଚା’ ପିଉଥିଲେ । ଏହାପରେ ଘର ଲୋକଙ୍କ ଭଲମନ୍ଦ କଥା ବୁଝି ସେ ବାହାରୁ ବାହରୁ ଚାଲି ଯାଇଥିଲେ ବୋଲି କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?