ଡାକ୍ତରଙ୍କ ବଦଳି ବାତିଲ ଦାବିରେ ବିକ୍ଷୋଭ

ବଇଣ୍ଡା, ୨୬ା୯(ଡି.ଏନ.ଏ.) – କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଚିତ୍ତରଞ୍ଜନ ସାହୁଙ୍କୁ ବୁଧବାର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଠାକୁରଗଡ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ସପ୍ତାହକୁ ୩ ଦିନ କାର୍ଯ୍ୟରେ ଯୋଗ ଦେବାକୁ ବଦଳି ନିର୍ଦ୍ଦେଶାନାମା ଆସିଥିଲା। ଏହା ଜଣାପଡିବା ପରେ କିଶୋରନଗର ବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ତାଙ୍କ ଡେପୁଟେଶନ ବାତିଲ ଦାବିରେ ବାମୁର କିଶୋରନଗର ରାସ୍ତାର କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନଙ୍କ ଅଭିଯୋଗ ମୁତାବକ, କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ସହ ବହୁ ପଦବୀ ଖାଲି ପଡିଛି। ସେଗୁଡିକୁ ପୂରଣ କରିବା ପାଇଁ ଦାବି ହୋଇଆସୁଥିଲେ ମଧ୍ୟ ସରକାର କିମ୍ବା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯାଇ ଏଠାରେ ସେବା ଯୋଗାଉଥିବା ଡାକ୍ତର ଚିତ୍ତରଞ୍ଜନଙ୍କୁ ଡେପୁଟେଶନରେ ପଠାଯାଉଛି। ଏହି ରାସ୍ତା ଦେଇ ଆଠମଲ୍ଲିକ ବିଧାୟକଙ୍କର ଗସ୍ତ ଥିବା ଜାଣିପାରି ଅଞ୍ଚଳବାସୀ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଘଟଣାସ୍ଥଳରେ ବିଧାୟକ ରମେଶ ଚନ୍ଦ୍ର ସାଏ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ସହ ଡାକ୍ତରଙ୍କ ଡେପୁଟେଶନ ବାତିଲ କରିବା ପାଇଁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ବଦଳି ବାତିଲ କରା ନ ଗଲେ ଆଗାମୀ ଦିନରେ ବଡ ଧରଣର ଆନ୍ଦୋଳନ କରାଯିବ ବୋଲି କିଶୋରନଗରବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri