ଡାକ୍ତରଙ୍କ ବଦଳି ବାତିଲ ଦାବିରେ ବିକ୍ଷୋଭ

ବଇଣ୍ଡା, ୨୬ା୯(ଡି.ଏନ.ଏ.) – କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଚିତ୍ତରଞ୍ଜନ ସାହୁଙ୍କୁ ବୁଧବାର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଠାକୁରଗଡ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ସପ୍ତାହକୁ ୩ ଦିନ କାର୍ଯ୍ୟରେ ଯୋଗ ଦେବାକୁ ବଦଳି ନିର୍ଦ୍ଦେଶାନାମା ଆସିଥିଲା। ଏହା ଜଣାପଡିବା ପରେ କିଶୋରନଗର ବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ତାଙ୍କ ଡେପୁଟେଶନ ବାତିଲ ଦାବିରେ ବାମୁର କିଶୋରନଗର ରାସ୍ତାର କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନଙ୍କ ଅଭିଯୋଗ ମୁତାବକ, କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ସହ ବହୁ ପଦବୀ ଖାଲି ପଡିଛି। ସେଗୁଡିକୁ ପୂରଣ କରିବା ପାଇଁ ଦାବି ହୋଇଆସୁଥିଲେ ମଧ୍ୟ ସରକାର କିମ୍ବା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯାଇ ଏଠାରେ ସେବା ଯୋଗାଉଥିବା ଡାକ୍ତର ଚିତ୍ତରଞ୍ଜନଙ୍କୁ ଡେପୁଟେଶନରେ ପଠାଯାଉଛି। ଏହି ରାସ୍ତା ଦେଇ ଆଠମଲ୍ଲିକ ବିଧାୟକଙ୍କର ଗସ୍ତ ଥିବା ଜାଣିପାରି ଅଞ୍ଚଳବାସୀ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଘଟଣାସ୍ଥଳରେ ବିଧାୟକ ରମେଶ ଚନ୍ଦ୍ର ସାଏ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ସହ ଡାକ୍ତରଙ୍କ ଡେପୁଟେଶନ ବାତିଲ କରିବା ପାଇଁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ବଦଳି ବାତିଲ କରା ନ ଗଲେ ଆଗାମୀ ଦିନରେ ବଡ ଧରଣର ଆନ୍ଦୋଳନ କରାଯିବ ବୋଲି କିଶୋରନଗରବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri