ଡାକ୍ତରମାନଙ୍କ ଅନୁପସ୍ଥିତିକୁ ନେଇ ଉତ୍ତେଜନା

ବ୍ରଜରାଜନଗର, ୧୨।୯ (ଡି.ଏନ୍‌.ଏ.)  ବ୍ରଜରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ସପ୍ତାହ ହେଲା କେତେଜଣ ଡାକ୍ତରଙ୍କ ଅନୁପସ୍ଥିତିକୁ ନେଇ ଉତ୍ତେଜନା ଦେଖାଦେଇଛି। ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଡାକ୍ତର ନ ଆସିଲେ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଫାଟକରେ ତାଲା ପଡିବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।
ସୂଚନା ଅନୁସାରେ ବ୍ରଜରାଜନଗର ସହରବାସୀଙ୍କ ପାଇଁ ଖଲିଆକାନୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏକ ନିର୍ଭରଯୋଗ୍ୟ ସ୍ବାସ୍ଥ୍ୟକେନ୍ଦ୍ର ଥିଲା। ସହରାଞ୍ଚଳର ୭୦ ହଜାର ଲୋକଙ୍କୁ ଏହି ସ୍ବାସ୍ଥ୍ୟକେନ୍ଦ୍ର ସେବା ଯୋଗେଇ ଆସୁଥିଲା। ହେଲେ ଜିଲା ସ୍ବାସ୍ଥ୍ୟ ବିଭାଗ ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସବୁବେଳେ ଅଣଦେଖା କରିଆସୁଥିବା ଅଭିଯୋଗ ହେଉଛି। ଏଠାରେ ନିଯୁକ୍ତ ଡାକ୍ତରଙ୍କୁ ବିଭିନ୍ନ ଆଳରେ ଅନ୍ୟତ୍ର ପଠାଇ ଦିଆଯାଉଛି। ନିକଟ ଅତୀତରେ ଏଠାରେ ୬ଜଣ ଡାକ୍ତର ନିଯୁକ୍ତି ପାଇଥିଲେ। ହେଲେ ବର୍ତ୍ତମାନ ଆୟୁଷ ଓ ଦନ୍ତ ଚିକିସତ୍କଙ୍କୁ ଛାଡି ଦେଲେ ଅନ୍ୟ ୪ ଜଣ ଡାକ୍ତର ପାଖାପାଖି ଏକ ସପ୍ତାହ ହେଲା ଅନୁପସ୍ଥିତ ରହିଛନ୍ତି। ଡାକ୍ତରଖାନା ପରିସରରେ ସମସ୍ତ ପ୍ରକାର ସୁବିଧା ଥିଲେ ସୁଦ୍ଧା ଡାକ୍ତରମାନେ ଏଠାରେ ନ ରହି ଝାରସୁଗୁଡାରେ ରହୁଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଜଣେମାତ୍ର ଫାର୍ମାସିଷ୍ଟ ଯିଏ କି ଏଠାରେ ରାତି ଅଧରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଆସୁଛି ତାଙ୍କୁ ମଧ୍ୟ ମୁଖ୍ୟ ଚିକିତ୍ସାଳୟକୁ ନେବାକୁ ଚକ୍ରାନ୍ତ ଚାଲିଥିବା ଆଲୋଚନା ହେଉଛି। ଦୀପ ତଳ ଅନ୍ଧାର ଭଳି ଖୋଦ୍‌ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ଝାରସୁଗୁଡା ବିଧାୟକ ଥିଲାବେଳେ ଜିଲାର ଏକ ନିର୍ଭରଯୋଗ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ରହିବା ଅଞ୍ଚଳବାସୀଙ୍କୁ ବ୍ୟଥିତ କରିଛି। ଏ ନେଇ ସିଡିଏମଓଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଏହାର କୌଣସି ଉତ୍ତର ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri