ଡାକ୍ତର ଅନୁପସ୍ଥିତି ନେଇ ଗ୍ରାମବାସୀଙ୍କ ଧାରଣା

ସଜନାଗଡ଼, ୧୨।୧୦(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍‌ପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ପୂର୍ବାହ୍ନରେ କୌଣସି ଡାକ୍ତର ନ ଥିବାରୁ ରୋଗୀମାନଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଥିଲା। ଏହାର ପ୍ରତିବାଦ କରି ଶତାଧିକ ଲୋକ ଡାକ୍ତରଖାନା ସମ୍ମୁଖରେ ଧାରଣାରେ ବସିଥିଲେ। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ ନିର୍ଦ୍ଦେଶରେ ବରହମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର କାଳୀଚରଣ ପାଲ, ଡା. ସରୋଜ ଜେନା ଅପରାହ୍ନ ସାଢେ ଗୋଟାଏ ବେଳେ ଡାକ୍ତରଖାନାରେ ପହଞ୍ଚି କାର୍ଯ୍ୟ ଆରମ୍ଭ କରିଥିଲେ।
ଡାକ୍ତରଖାନାର ଭେଷଜ ବିଶେଷଜ୍ଞ ନିଯୁକ୍ତି, ସ୍ଥାୟୀ ମେଡିକାଲ ଅଫିସର ରହଣି, ମାଗଣାରେ ପରୀକ୍ଷା, ଔଷଧ ବଣ୍ଟନ, ପରିସରକୁ ପରିଷ୍କାର ପରିଚ୍ଛନ୍ନ, ରୋଗୀମାନଙ୍କୁ ବେଡସିଟ୍‌ ଯୋଗାଣ ଆଦି ଦାବି ନେଇ ଗ୍ରାମବାସୀ ଧାରଣାରେ ବସିଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ଅପରାହ୍ନ ସାଢେ ୪ଟାରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ଆଲୋଚନା କରି ସମସ୍ତ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏହାପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ଡାକ୍ତରଖାନାର ସମସ୍ତ ନଥିପତ୍ର ଯାଞ୍ଚ କରିବା ସହ ହସ୍‌ପିଟାଲ ବୁଲି ଦେଖିଥିଲେ। ଯେପରି ଭବିଷ୍ୟତରେ ଏପରି ପରିସ୍ଥିତି ନ ଉପୁଜେ ସେଥିପାଇଁ ଡାକ୍ତର ଓ କର୍ମଚାରୀମାନଙ୍କୁ ଚେତାବନୀ ଦେଇଥିଲେ। ଧାରଣାରେ ବରହମ୍‌ପୁର ସରପଞ୍ଚ ଚନ୍ଦ୍ରମୋହନ ସିଂ, ଭବାନୀ ସେଠୀ, ମାମିନା ବେହେରା, ଭଗବାନ ସାହୁ, ଶଙ୍କର ପଶା, ଜିତେନ୍ଦ୍ର ଦାସ, କାହ୍ନୁଚରଣ ଦାସ, ଫ୍ରାନ୍‌ସିସ ବେକନ ସ, ଅଶୋକ ସେଠୀ, ଜୟନ୍ତ ପଟ୍ଟନାୟକ, ଜିତେନ୍ଦ୍ର ସେଠୀ, ସନାତନ ବେହେରା, କବିତା ବେହେରା, କାର୍ତ୍ତିକ ସାହୁ, ରମେଶ ବେହେରା, ଜଗାଦାସ ସମେତ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri