ଡାକ୍ତର ନାହାନ୍ତି, ରୋଗୀ ହନ୍ତସନ୍ତ

ଫିରିଙ୍ଗିଆ,୨୪।୬-ଫିରିଙ୍ଗିଆ ବ୍ଲକ ନୂଆପଦର ପଞ୍ଚାୟତରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ୩ ମାସ ହେଲା ଡାକ୍ତର ନାହନ୍ତି। ଏହି ମେଡିକାଲ ଉପରେ ନିର୍ଭର କରୁଥିବା ୩ ପଞ୍ଚାୟତବାସୀ ଚିକିତ୍ସା ସେବା ନ ପାଇ ହନ୍ତସନ୍ତ ହେଉଛନ୍ତି। ଏହି ମେଡିକାଲରେ ନିଯୁକ୍ତି ପାଇଥିବା ଡାକ୍ତର ଜେ.ସାଇ ରଜତଙ୍କୁ ୩ ମାସ ତଳେ ଫିରିଙ୍ଗିଆସ୍ଥିତ ସିଏଚ୍‌ସି ଇନ୍‌ଚାର୍ଜ ଭାବେ ବଦଳି କରାଯାଇଛି। ମାତ୍ର ତାଙ୍କ ସ୍ଥାନରେ ଆଉ କାହାକୁ ନିଯୁକ୍ତି ଦିଆଯାଇନାହିଁ। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଥିବା ଜଜେଶିପଙ୍ଗା, ଡିମିରିଗୁଡା ଓ ନୂଆପଦର ପଞ୍ଚାୟତର ପ୍ରାୟ ୬ ହଜାରରୁ ଉର୍ଦ୍ଧ୍ୱ ଲୋକେ ଏବେ ଚିକିତ୍ସା ସୁବିଧାରୁ ବଞ୍ଚତ୍ତ ହୋଇଛନ୍ତି। ଏବେ ସେଠାରେ କେବଳ ଜଣେ ଫାର୍ମାସିଷ୍ଟ ରଞ୍ଜନ ସ୍ବାଇଁ ରହି ଚିକିତ୍ସା କରୁଛନ୍ତି। ଅଞ୍ଚଳବାସୀ କୌଣସି ରୋଗରେ ପଡିଲେ ଫୁଲବାଣୀ ମୁଖ୍ୟ ଡାକ୍ତରଖାନାକୁ ଆସି ଖର୍ଚ୍ଚାନ୍ତ ହେଉଛନ୍ତି। ତେଣୁ ତୁରନ୍ତ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି କରିବାକୁ ଉକ୍ତ ଅଞ୍ଚଳର ଅଙ୍ଗଦ ବେହେରା, ଯୁଗୁନି କହଁର, ଚକ୍ରଧର କହଁର, ବାପି କହଁର ପ୍ରମୁଖ ଦାବି କରିଛନ୍ତି। ସମସ୍ୟା ସମ୍ପର୍କରେ ଫିରିଙ୍ଗିଆ ସ୍ଥିତ ଇନଚାର୍ଜ ଡାକ୍ତରଙ୍କ ସହ ଯୋଗାଯୋଗ ପାଇଁ ଫୋନ ନଂ.୯୮୫୩୬୬୬୬୫୬ରେ ଚେଷ୍ଟା କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?