ଡାକ୍ତର ପରିଚୟ ଦେଇ କାର୍‌ ଲୋନ୍‌ ଆଳରେ ୧୮ ଲକ୍ଷ ଠକେଇ: ଫେରାର ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ନିଜକୁ ଡାକ୍ତର ପରିଚୟ ଦେଇ କାର ଲୋନ୍‌ ନେବା ଆଳରେ ବ୍ୟାଙ୍କରେ ଜାଲ କାଗଜପତ୍ର ଦାଖଲ କରି ୧୮ଲକ୍ଷ ଠକେଇ କରିଥିବା ଅଭିଯୁକ୍ତଙ୍କୁ ଶୁକ୍ରବାର ନୟାପଲ୍ଲୀ ଥାନା ପୋଲିସ ଗିରଫ କରିଛି। ସେ ହେଲେ କଟକ ଜିଲା ଗୋପାଳପୁର ପାଇକସାହିର ସିଦ୍ଧାର୍ଥ ସୌମ୍ୟ ରାଉତ। ଅଭିଯୁକ୍ତଙ୍କୁ ପଚରାଉଚରା ପରେ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ମୁତାବକ, ନୟାପଲ୍ଲୀ ଥାନା ଅଧୀନ ଜୟଦେବ ବିହାର ଅଞ୍ଚଳରେ ଥିବା ଏକ ଜାତୀୟ ଘରୋଇ ବ୍ୟାଙ୍କକୁ ସିଦ୍ଧାର୍ଥ ୯ ମାସ ତଳେ ଯାଇଥିଲେ। ସେଠାରେ ନିଜକୁ ଏକ ବଡ ଘରୋଇ ମେଡିକାଲ୍‌ରେ ଡାକ୍ତର ଭାବେ କାର୍ଯ୍ୟରତ ଥିବା ପରିଚୟ ଦେଇଥିଲେ। ୧୮ଲକ୍ଷ ଟଙ୍କାର ଏକ କାର୍‌ ଲୋନ୍‌ ପାଇଁ ଆବଶ୍ୟକ କାଗଜପତ୍ର ସମ୍ପର୍କରେ ବୁଝାଶୁଝା କରିଥିଲେ। ପରେ ଚଞ୍ଚକତା କରି ଜାଲ କାଗଜପତ୍ର ବଳରେ ବ୍ୟାଙ୍କରୁ ୧୭ଲକ୍ଷ ୫୦ ହଜାର ଟଙ୍କା ଉଠାଇ କାର୍‌ କିଣିଥିଲେ। ମାତ୍ର ପରେ ୨ ମାସ ଧରି ଋଣ ନ ଶୁଝି କାରକୁ ଲୁଚାଇ ଦେବା ସହ ବ୍ୟାଙ୍କକୁ ଯୋଗଯୋଗ କରି ନ ଥିଲେ। ସିଦ୍ଧାର୍ଥଙ୍କ ଠିକଣା ଅନୁଯାୟୀ ଋଣ ପ୍ରଦାନକାରୀ ବ୍ୟାଙ୍କର କର୍ମଚାରୀ ପହଞ୍ଚିବା ବେଳକୁ ତାହା ଭୁଲ ଠିକଣା ବୋଲି ଜଣାପଡ଼ିିଥିଲା। ତନାଘନା ପରେ ବ୍ୟାଙ୍କରେ ଦାଖଲ କରିଥିବା ସମସ୍ତ ଡକ୍ୟୁମେଣ୍ଟ ନକଲି ବୋଲି ଜାଣିବାକୁ ମିଳିଥିଲା। ଏ ନେଇ ବ୍ୟାଙ୍କ ମ୍ୟାନେଜର ଯୋଗେନ୍ଦ୍ରନାଥ ନାୟକ ଗତ ଡିସେମ୍ବର ୨ ତାରିଖରେ ନୟାପଲ୍ଲୀ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ କେସ୍‌ (ନଂ. ୬୩୪/୨୦୧୯) ରୁଜୁକରି ତଦନ୍ତ ଚଳାଇଥିଲା। ପୋଲିସ ପ୍ରଥମେ କାରକୁ ଜବତ କରିଥିଲା। ୧ ମାସ ପରେ ଶୁକ୍ରବାର ଅଭିଯୁକ୍ତ ସିଦ୍ଧାର୍ଥଙ୍କୁ କଟକର ଗୋପାଳପୁରରୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri