ଡାକ୍ତର ସି.ବି.କେ. ମହାନ୍ତି ହେଲେ ଡିଏମ୍‌ଇଟି ନିର୍ଦ୍ଦେଶକ

ଭୁବନେଶ୍ୱର, (ବ୍ୟୁରୋ)/ କଟକ ଅଫିସ, ୫ା୧୧: ରାଜ୍ୟ ମେଡିକାଲ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟ(ଡିଏମ୍‌ଇଟି) ନିର୍ଦ୍ଦେଶକ ଭାବେ ଡା ସି.ବି.କେ. ମହାନ୍ତିଙ୍କୁ ନିଯୁକ୍ତି ମିଳିଛି। ଏନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ଏକ ବିଜ୍ଞପ୍ତିରେ ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ଡା. ମହାନ୍ତିଙ୍କୁ ଡିଏମ୍‌ଇଟି ନିର୍ଦ୍ଦେଶକ ଭାବେ ଉଭୟ ପ୍ରଶାସନିକ ଓ ଆର୍ଥିକ କ୍ଷମତା ମିଳିବ। ଡା. ମହାନ୍ତି ବର୍ତ୍ତମାନ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ (ଇନ୍‌ଚାର୍ଜ) ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କ ସ୍ଥାନରେ ଡା. ସରୋଜ କୁମାର ସାହୁଙ୍କୁ ଦାୟିତ୍ୱ ଦିଆଯାଇଛି। ଡା. ସାହୁ ଏବେ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲରେ ସର୍ଜରି ପ୍ରଫେସର ଭାବେ କାର୍ଯ୍ୟ କରୁଛନ୍ତି। ସେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କଟକ ମେଡିକାଲ କଲେଜ ଓ ହସ୍ପିଟାଲ ଇନ୍‌ଚାର୍ଜ ସୁପରିଣ୍ଟେଣ୍ଡେଣ୍ଟ ଭାବେ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri