ଡାକ୍ତର ହେବ ତ ଏମିତି: ରାସ୍ତାରେ ଛଟପଟ ହେଉଥିବା ରୋଗୀଙ୍କୁ ନେଲେ ଡାକ୍ତରଖାନା, ଛୁଟୁଛି ପ୍ରଶଂସାର ସୁଅ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଡାକ୍ତର ଭଗବାନଙ୍କ ସମତୂଲ୍ୟ ବୋଲି କୁହାଯାଏ। ତେବେ ଅନେକ ସମୟରେ ଡାକ୍ତରଙ୍କ ଅବହେଳା କାରଣରୁ ରୋଗୀର ଜୀବନ ମଧ୍ୟ ଚାଲିଯାଏ। ହେଲେ ଏହାର ଏକ ବ୍ୟତିକ୍ରମ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି। ରାସ୍ତା ମଝିରେ ଜୀବନ ସହ ସଂଗ୍ରାମ କରୁଥିବା ଜଣେ ରୋଗୀଙ୍କୁ ଉଠାଇ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଫଳରେ ରୋଗୀ ପାଇଛି ନୂଆ ଜୀବନ। ଡାକ୍ତର ଜଣଙ୍କ ହେଲେ କଟକ ଏସ୍‌ସିବିର କାଡିଓଲୋଜି ବିଭାଗରେ କାର୍ଯ୍ୟରତ ଡା. ଶାରଦା ପ୍ରସାଦ ମହାନ୍ତି।

ସୂଚନାନୁଯାୟୀ, ଡାକ୍ତରଜଣଙ୍କ ଖଣ୍ଡଗିରି ସାଁପୁରରେ ରହୁଛନ୍ତି। ସେ ସବୁଦିନ ଭଳି ଶନିବାର ସକାଳେ କଟକ ବଡ଼ ମେଡିକାଲକୁ ଯାଉଥିଲେ। ଏହି ସମୟରେ ଅଗ୍ନିଶମ ବିଭାଗ ଅଫିସ ନିକଟରେ ଜଣେ ଯୁବକ ରାସ୍ତା ଉପରେ ଛଟପଟ ହେଉଥିଲେ। ସେଠାରେ ଏକାଧିକ ଲୋକ ଗଦା ହୋଇଥିଲେ ହେଁ କେହି ତାଙ୍କୁ ଉଠାଇ ଡାକ୍ତରଖାନା ନେଉ ନ ଥିଲେ। ଶାରଦା ଉକ୍ତ ବାଟ ଦେଇ ଯିବା ସମୟରେ ତାଙ୍କର ନଜର ଯୁବକଙ୍କ ଉପରେ ପଡ଼ିଥିଲା। ହସ୍ପିଟାଲ ନ ନିଆଗଲେ ତା’ର ଜୀବନ ଚାଲିଯାଇପାରେ ବୋଲି ସେ ଅନୁମାନ କରିଥିଲେ। ତେଣୁ ସେ ବିଳମ୍ବ ନ କରି ତାଙ୍କ କାର ଯୋଗେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନେଇଥିଲେ। ସେଠାରେ ଅନ୍ୟ ଡାକ୍ତରମାନେ ଯୁବକଙ୍କ ଚିକିତ୍ସା କରିବା ପରେ ସେ ସୁସ୍ଥ ହୋଇଥିଲେ। ଆଉ କିଛି ସମୟ ବିଳମ୍ବ ହୋଇଥିଲେ କିଛି ବି ଅଘଟଣ ଘଟିପାରିଥାନ୍ତା। ତେବେ ଯୁବକଜଣଙ୍କ ମାତ୍ରାଧିକ ନିଶା ସେବନ କରି ଏପରି ହେଉଥିବା ଜଣାପଡ଼ିଛି। ଡାକ୍ତରଙ୍କ ଏଭଳି କାମକୁ ନେଇ ତାଙ୍କର ପ୍ରଶଂସା କରାଯାଉଛି। ଏନେଇ ଶାରଦା କହିଛନ୍ତି, ଲୋକମାନେ ଯେବେ ରୋଗୀଙ୍କୁ ଦେଖୁଛନ୍ତି ତୁରନ୍ତ ମାନବିକତା ଦେଖାଇ ହସ୍ପିଟାଲ ନିଅନ୍ତୁ। ଭଗବାନ ସହାୟ ହେବେ। ଛିଡ଼ା ହୋଇ ଦେଖିବା ଅପେକ୍ଷା ହସ୍ପିଟାଲ ନେବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri