ଡାବୁଗାଁ-କୋଡ଼ିଙ୍ଗା ରାସ୍ତା ମରଣଯନ୍ତା

ପାପଡାହାଣ୍ଡି, ୨୬।୫(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ହାତୀବେଢା ପଞ୍ଚାୟତ ଦେଇଯାଇଥିବା ଗ୍ରାମ୍ୟ ଉନୟନ ବିଭାଗର ଡାବୁଗାଁ ଠାରୁ କୋଡ଼ିଙ୍ଗା ରାସ୍ତା ଦୀର୍ଘ ଦିନ ହେଲା ମରାମତି ଅଭାବରୁ ଏବେ ମରଣଯନ୍ତା ପାଲଟିଛି । ଦୀର୍ଘ ୧୩ କିମି ରାସ୍ତା ଖାଲ ଖମାରେ ଭରି ଯାଇଥିବାରୁ ଯାତାୟାତ କରିବା କଷ୍ଟକର ହୋଇପଡୁଛି। ରାସ୍ତା ଖରାପ ଯୋଗୁ ପ୍ରତିଦିନ ଦୁର୍ଘଟଣା ଘଟୁଛି। ଶୀଘ୍ର ଏହାର ମରାମତି ଲାଗି ଜନସାଧାରଣ ଦାବି କରିଛନ୍ତି। ପାପଡାହାଣ୍ଡି ବ୍ଲକର ଚେରଚେଟା, ହାତୀବେଢା, ଡଙ୍ଗରା ଓ ଖୁଟୁବାଇ ପଞ୍ଚାୟତର ଲୋକମାନେ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି। ଏହି ରାସ୍ତା ସ୍ଥାନୀୟ ଅଧିବାସୀମାନଙ୍କର ଜୀବନ ଧାରଣ ତଥା ବ୍ୟବସାୟର ମାର୍ଗ । ବହୁଦିନ ତଳେ ଏହି ରାସ୍ତା ନିର୍ମାଣ ହୋଇଥିଲା କିନ୍ତୁ ମରାମତି କରାଯାଉନଥିବାରୁ ରାସ୍ତା ସାରା ଖାଲ ଖମା ହୋଇପଡିଛି । ୧୩ କିମି ରାସ୍ତା ଯିବାକୁ ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଲାଗୁଛି। ରାସ୍ତା ଖାଲରେ ପୋତି ହୋଇଯାଇଥିବାରୁ ଲୋକେ ଦୁର୍ଘଟଣାର ଶିକାର ହେଉଛନ୍ତି । ପରିସ୍ଥିତି ଏପରି ହୋଇଛି ଯେ ରାସ୍ତା ଖରାପ ଲାଗି ପଞ୍ଚାୟତ ଅଧୀନରେ ଥିବା ଗ୍ରାମ ଗୁଡିକରେ ଆମ୍ବୁଲାନ୍ସ ପହଞ୍ଚିବା ବିଳମ୍ବ ହେଉଛି । ଆଗକୁ ବର୍ଷା ଦିନ ଆସୁଥିବାରୁ ରାସ୍ତା ମରାମତି କରା ନ ଗଲେ ଲୋକଙ୍କ ସମସ୍ୟା ଆହୁରି ବଢିବ। ଶୀଘ୍ର ରାସ୍ତା ମରାମତି ଲାଗି ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ।...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ଚାଷ କାମ ପାଇଁ ଯାଇଥିଲେ, ହଠାତ୍‌ ଜଙ୍ଗଲରୁ ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…

କଲ୍ୟାଣସିଂହପୁର,୩।୧୨(ଦୀପକ କୁମାର ପରିଡ଼ା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର ପାରସାଲୀ ପଞ୍ଚାୟତ ଅଧୀନ ବୁଡୁଣି ଗାଁରେ ବୁଧବାର ସକାଳୁ ହାତୀ ଆକ୍ରମଣରେ ୩୨ ବର୍ଷୀୟ ବାଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri