ଡାବୁଗାଁ-ପାପଡ଼ାହାଣ୍ଡି ରାଜ୍ୟ ରାଜପଥ ପାଲଟିଛି ମରଣଯନ୍ତା

ଡାବୁଗାଁ, ୩୦।୪ (ଡି.ଏନ.ଏ.): ନବରଙ୍ଗପୁର ଜିଲା ଡାବୁଗାଁ- ପାପଡାହାଣ୍ଡି ରାଜ୍ୟ ରାଜପଥ ପାଲଟିଛି ମରଣଯନ୍ତା । ଡାବୁଗାଁ- ପାପଡାହାଣ୍ଡି ୩୯ ନଂ ରାଜ୍ୟ ରାଜପଥର ମହେନ୍ଦ୍ରୀ ଛକ ଠାରୁ ବାରିଗୁଡା ଛକ ମଧ୍ୟରେ ୫/୬ ସ୍ଥାନରେ ପ୍ରାୟ ୨କିମି ହେବ ରାସ୍ତା ଫାଟି ନଷ୍ଟ ହୋଇଯାଇଥିଲା । ଗତ ସେପ୍ଟେମ୍ବର ମାସରେ ଉକ୍ତ ସ୍ଥାନକୁ ଡାବୁଗାଁ ପୂର୍ତ୍ତ ବିଭାଗ ପକ୍ଷରୁ ମରାମତି କରାଯାଇଥିଲା । ୨ ମାସ ନପୁରୁଣୁ ଉକ୍ତ ସ୍ଥାନ ଗୁଡିକରୁ ପିଚୁ ଉଠିଯାଇଥିବା ଦେଖିବାକୁ ମିଳିଛି।  ଏହି ରାସ୍ତା ମରାମତି କାର୍ଯ୍ୟ ନିମ୍ନମାନର ହୋଇଥବା ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆଲୋଚନା ହେଉଛି । ଏନେଇ ବିଭାଗର କୌଣସି ନିଘା ନାହିଁ । ଉକ୍ତ ରାସ୍ତା ପୁଣି ଥରେ ମରାମତି କରାଯିବାକୁ ସାଧାରଣରେ ଦାବି ସତ୍ତ୍ୱେ ଏ ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନାହିଁ । ଯାହାଫଳରେ ଏହି ରାସ୍ତାରେ ପ୍ରତିଦିନ ଛୋଟ ବଡ ଦୁର୍ଘଟଣା ଘଟୁଛି। ଗତ ୧୮ତାରିଖରେ ବିରିସୋଲା ଛକ ନିକଟରେ ରାସ୍ତା ଫାଟିଥିବା ସ୍ଥାନରେ ୨ଟି ମୋଟର ସାଇକେଲ ମଧ୍ୟରେ ଦୁର୍ଘଟଣା ଘଟି ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ୨ ଜଣ ଗୁରୁତର ଆହତ ହୋଇ ଏ ପର୍ଯ୍ୟନ୍ତ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏଥିପ୍ରତି  ଜିଲାପାଳ ଦୃଷ୍ଟି ଦେଇ ସମସ୍ୟାର ସମାଧାନ କରିବାକୁ ଜନସାଧାରଣରେ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ବଂଶଧାରା ନଦୀରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଗୁଣପୁର ୩।୯( ସୁଜାତା ପାଢ଼ୀ): ରାୟଗଡା ଜିଲା ଗୁଣପୁର ବଂଶଧାରା ନଦୀ ବିକ୍ରମପୁର ତୁଠରେ ଗାଧୋଇବାକୁ ଯାଇ ନିଖୋଜ ବ୍ୟକ୍ତିକୁ ମାଛଖୁଣ୍ଟି ଠାରେ ଗୁରୁବାର ସkରେ ଉଦ୍ଧାର…

କେବଳ ଚାକିରି ନୁହେଁ, ରୋଜଗାରଦାତା ହୁଅନ୍ତୁ: ସ୍ବଦେଶୀ ଜାଗରଣ ମଞ୍ଚର ଆହ୍ବାନ

କଲ୍ୟାଣସିଂହପୁର/ରାୟଗଡ଼ା, ୩।୯(ଦୀପକ କୁମାର ପରିଡା): ସ୍ବଦେଶୀ ଜାଗରଣ ମଞ୍ଚ ରାୟଗଡ଼ା ଜିଲା ପକ୍ଷରୁ ଚାଲିଥିବା ‘ସ୍ବାବଲମ୍ବୀ ଭାରତ ଅଭିଯାନ’ (୨୧ ଅଗଷ୍ଟରୁ ୨ ଅକ୍ଟୋବର) ପରିପ୍ରେକ୍ଷୀରେ ସ୍ଥାନୀୟ…

କଲ୍ୟାଣସିଂହପୁରରେ ଆମ୍ବେଦକର ଯୁବମଞ୍ଚର ନୂତନ କମିଟି, ବାବାସାହେବ…..

କଲ୍ୟାଣସିଂହପୁର,୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ‘ଆମ୍ବେଦକର ଯୁବମଞ୍ଚ’ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ନୂତନ କମିଟି ଗଠନ…

ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ

ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri