Posted inଜାତୀୟ

ଡାହାଣୀ ଭୟରେ ପ୍ରସୂତିଙ୍କ ମୃତଦେହ ଉଠାଇଲେନି ପୁରୁଷ: ଶ୍ମଶାନକୁ ବୋହି ନେଲେ ମହିଳା

କାଙ୍କେର,୨୦।୧୦: ଅନ୍ଧବିଶ୍ୱାସ ଯୋଗୁ ଛତିଶଗଡ଼ରେ ଜଣେ ପ୍ରସୂତିଙ୍କ ମୃତ ଦେହ ଉଠାଇବାକୁ ପୁରୁଷ ଆସିଲେନି। ପ୍ରସୂତିଙ୍କ ମୃତଦେହ ଉଠାଇଲେ ଭୂତ ହଇରାଣ କରିବାର ଆଶଙ୍କାଥିବାରୁ ପୁରୁଷ ଏଭଳି କରିଛନ୍ତି। ତେବେ ପ୍ରସୂତିଙ୍କ ମୃତଦେହକୁ ସ୍ଥାନୀୟ ମହିଳାମାନେ ସଂସ୍କାର ପାଇଁ ଶ୍ମଶାନକୁ ବୋହି ନେଇଛନ୍ତି। କାଙ୍କେର ଅଞ୍ଚଳର ତୁମସନାର୍‌ ଗାଁରେ ଏଭଳି ଘଟିଛି। ଗାଁର ସୁକମୋତିନ୍‌ କାଙ୍ଗେ ଏକ ଶିଶୁକୁ ପ୍ରସବ କରିବାର କିଛି ସମୟ ପରେ ନବଜାତକର ମୃତ୍ୟୁ ଘଟିଥିଲା। ଏହା ଜାଣିବାର ଅଧଘଣ୍ଟା ମଧ୍ୟରେ ଦୁଃଖରେ ସୁକମୋତିନ୍‌ଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା। ତେବେ ପ୍ରସୂତି ଡାହାଣୀ ପାଲଟି ଯାଉଥିବା ସ୍ଥାନୀୟ ଅଞ୍ଚଳରେ ଅନ୍ଧବିଶ୍ୱାସ ରହିଛି। ତେଣୁ ତାଙ୍କ ମୃତଦେହକୁ ଶଶ୍ମାନକୁ ନେବାକୁ କୌଣସି ପୁରୁଷ ଆସି ନ ଥିଲେ। ମାତ୍ର ଗାଁର ମହିଳାମାନେ ଅଣ୍ଟା ଭିଡ଼ିଥିଲେ। ସେମାନେ  ସୁକମୋତିନ୍‌ଙ୍କ ମୃତ ଦେହକୁ ଶ୍ମଶାନକୁ ନେଇ ଅନ୍ତିମ ସଂସ୍କାର କରାଇଥିଲେ। ଏହାର ଭିଡ଼ିଓ ଏବଂ ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri