ଡାହାଣୀ ସନ୍ଦେହରେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ସୁନ୍ଦରଗଡ଼, ୧୭।୧ (ଡି.ଏନ୍‌.ଏ. )-ଆଦିବାସୀ ବହୁଳ ସୁନ୍ଦରଗଡ ଜିଲାରେ ଏବେ ମଧ୍ୟ ଗୁଣିଗାରେଡି ସନ୍ଦେହ ଲୋକଙ୍କ ମନରେ ବସାବାନ୍ଧିଛି। ଏହି କାରଣରୁ ଅନେକ ନିରୀହ ଜୀବନ ବଳି ପଡୁଛି। ବଣାଇ ଥାନା ଅନ୍ତର୍ଗତ ଟିକିରାପୋଷ ଗ୍ରାମରେ ଗୁରୁବାର ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ମୃତା ମହିଳାଙ୍କ ନାମ ବନ୍ଧନୀ ଓରାମ ଓ ତାଙ୍କ ଘର ଟିକାୟତପାଲି ଥାନା ଅନ୍ତର୍ଗତ ଚିକିଟିନାଳି ଗ୍ରାମରେ। ବୁଧବାର ସେ ନିଜ ଝିଅ ଘର ଟିକିରାପୋଷ ଆସିଥିଲେ। ରାତିରେ ଖାଇପିଇ ସମସ୍ତେ ନିଆଁ ପୋଉଁଥିବାବେଳେ ଏହି ସମୟରେ ଝିଅର ଦିଅର ରତିକାନ୍ତ ଓରାମ ପହଞ୍ଚି ପାଟିତୁଣ୍ଡ କରିଥିଲେ। ବନ୍ଧନୀଙ୍କୁ ଗାଳିକରି କହିଥିଲେ ତୁମେ ଗୁଣିଗାରେଡି କରି ଆମ ପରିବାରର କ୍ଷତି କରୁଛ। ଆମ ଭାଉଜଙ୍କୁ ମଧ୍ୟ ଗୁଣିଗାରେଡି ବିଦ୍ୟା ଶିଖାଉଛ। ତେଣୁ ତୁମକୁ ଶେଷ କରିଦେବି କହି ଏକ ଟାଙ୍ଗିଆରେ ତାଙ୍କୁ ହାଣି ଫେରାର୍‌ ହୋଇଯାଇଥିଲେ। ଏହି ସମୟରେ ପାଖରେ ଥିବା ଏକ ଦେଢବର୍ଷର ଶିଶୁ ମଧ୍ୟ ରତିକାନ୍ତଙ୍କ ଆକ୍ରମଣରେ ଆହତ ହୋଇଛନ୍ତି ା ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ା ଖବରପାଇ ଗୁରୁବାର ସକାଳେ ବଣାଇ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଛି। ବ୍ୟବଚ୍ଛେଦ ପାଇଁ ମୃତଦେହକୁ ପୋଲିସ ଡାକ୍ତରଖାନା ପଠାଇବା ସହ ତଦନ୍ତ ଆରମ୍ଭ କରିଛି ା ଘଟଣାସ୍ଥଳରୁ ପୋଲିସ ବ୍ୟବହୃତ ଟାଙ୍ଗିଆକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri