ଡିଆଇଜିଙ୍କ ଆସିକା ଥାନା ପରିଦର୍ଶନ

ଆସିକା,୮ା୬(ଡି.ଏନ୍‌.ଏ.)-ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ସତ୍ୟବ୍ରତ ଭୋଇ ସୋମବାର ଆସିକା ଥାନା ପରିଦର୍ଶନରେ ଆସି ସମୀକ୍ଷା କରିଥିଲେ ା ଗତ ଏକ ବର୍ଷ ମଧ୍ୟରେ ଆସିକା ଥାନା ୱାରେଣ୍ଟି ଧରପଗଡ, ଜୁଆଆଡ୍ଡା ଚଢ଼ାଉ, ଚୋରାମଦ, ବିସ୍ଫୋରକ ସାମଗ୍ରୀ ଓ ବେଆଇନ ଆତସବାଜୀ ଜବତ ଏବଂ ବିଭିନ୍ନ ମାମଲାର ଚାର୍ଜସିଟ ପ୍ରସ୍ତୁତ ସହ ମୋ ସରକାର କାର୍ଯ୍ୟକ୍ରମରେ ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ କରି ରାଜ୍ୟରେ ପ୍ରଥମ ସ୍ଥାନ ହାସଲ କରିଥିବାରୁ ଡିଆଇଜି ସନ୍ତୋଷ ପ୍ରକାଶ କରିଥିଲେ। ଏହି ଅବସରରେ ଡିଆଇଜି ଆସିକା ଥାନା ଇଲାକାକୁ ଅପରାଧମୁକ୍ତ କରିବା ନିମନ୍ତେ ଅସାମାଜିକଙ୍କ ଧିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଡିଆଇଜଙ୍କ ଗସ୍ତ ବେଳେ ଗଞ୍ଜାମ ଏସପି. ବ୍ରିଜେଶ ରୟ, ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri