ଡିଏଲ୍‌ ଆବେଦନ ପାଇଁ ଆର୍‌ଟିଓରେ ବଢ଼ିଲା ସ୍ଲଟ୍‌: ଥିଲା ଦୈନିକ ୧୫୦, ହେଲା ୪୫୦

ଭୁବନେଶ୍ୱର,୧୫।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଲୋକଙ୍କ ଭିତରେ ଏକପ୍ରକାର ଛନକା ପଶିଥିଲା। ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ିର ଆବଶ୍ୟକ କାଗଜପତ୍ର କରିବା ପାଇଁ ଆର୍‌ଟିଓ କାର୍ଯ୍ୟାଳୟରେ ଭିଡ଼ ଲଗାଇଥିଲେ। ମାତ୍ର ଆର୍‌ଟିଓରେ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ଆବେଦନ ପାଇଁ ସୀମିତ ସ୍ଲଟ୍‌ ଥିବାରୁ ମାତ୍ର ଅଳ୍ପଦିନରେ ମାସକ ପର୍ଯ୍ୟନ୍ତ ବୁକିଂ ସରିଯାଇଥିଲା। ବହୁ ଲୋକ ଆଉ ଆବେଦନ କରିପାରି ନ ଥିଲେ। ଏବେ ପରିବହନ ସଚିବଙ୍କ ନିର୍ଦ୍ଦେଶକ୍ରମେ ଶନିବାର ଏହି ସ୍ଲଟ୍‌ ସଂଖ୍ୟା ବଢାଇ ଦିଆଯାଇଛି। ଦୈନିକ ୧୫୦ ସ୍ଲଟ୍‌ ରହିଥିବାବେଳେ ତାହାକୁ ୪୫୦କୁ ବଢାଇ ଦିଆଯାଇଛି। ଫଳରେ ଲୋକେ ସହଜରେ ଅନ୍‌ଲାଇନ୍‌ ମାଧ୍ୟମରେ ସ୍ଲଟ୍‌ ପାଇଁ ଆବେଦନ ଆରମ୍ଭ କରିଛନ୍ତି।

ଆବେଦନକାରୀଙ୍କୁ ସ୍ଲଟ୍‌ ଦିଆଯିବା ପରେ ତାହା ବ୍ଲକ୍‌ ହୋଇଯାଇଥାଏ। ସ୍ଲଟ୍‌ ବୁକ୍‌ କରିଥିବା ଲୋକଙ୍କୁ ଡ୍ରାଇଭିଂ ଟେଷ୍ଟ ପୂର୍ବରୁ ପ୍ରଥମେ ଲର୍ନିଂ ପାଇଁ ଡକାଯାଇଥାଏ। ନିୟମକୁ ୩ ମାସ କୋହଳ କରାଯିବା ପରେ ଏବେ ସ୍ଲଟ୍‌ ବୁକ୍‌ କରିଥିବା ଆବେଦନକାରୀ ଲର୍ନିଂ ଟେଷ୍ଟ ଦେବାକୁ ଆସୁନାହାନ୍ତି। ଲର୍ନିଂ ପାଇଁ ନାମ ଡକାଯାଉଥିଲେ ମଧ୍ୟ ଅଧିକାଂଶ ଅନୁପସ୍ଥିତ ରହୁଛନ୍ତି। ଫଳରେ ପରବର୍ତ୍ତୀ ଆବେଦନକାରୀଙ୍କୁ ସୁଯୋଗ ଦିଆଯାଉଛି। ସେହି ସମୟରେ ଥରେ ଯିଏ ସ୍ଲଟ୍‌ ହରାଇଲା ତାଙ୍କୁ ପୁଣିଥରେ ପ୍ରଥମକୁ ଫେରିବାକୁ ପଡୁଛି। ଦୁଇତିନି ଦିନ ହେବ ଆର୍‌ଟିଓ ଅଫିସରେ ଏଭଳି ପରିସ୍ଥିତି ଦେଖିବାକୁ ମିଳୁଛି। ତେଣୁ ଅଯଥାରେ ସ୍ଲଟ୍‌ ବୁକ୍‌ ନ କରିବାକୁ ଆରଟିଓ ପକ୍ଷରୁ ନିବେଦନ କରାଯାଇଛି।
ଅନ୍ୟପକ୍ଷରେ ଆର୍‌ଟିଓ ଅଫିସରେ ପ୍ରତିଦିନ ଭିଡ଼ ରହୁଥିବାରୁ ଏକାଧିକ କାଉଣ୍ଟରରେ ଧାଡ଼ି ବ୍ୟବସ୍ଥା କରାଯାଇ ନ ଥିଲା। ମହିଳା, ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗମାନେ ପଛରେ ରହି ନାନା ହଟହଟା ହେଉଥିଲେ। ଏନେଇ ଖବର ପ୍ରକାଶ ପାଇବା ପରେ ଆରଟିଓଙ୍କ ପକ୍ଷରୁ ସେମାନଙ୍କ ପାଇଁ ବ୍ୟବସ୍ଥା କରାଯାଇଛି। ମହିଳା,ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକମାନେ ଧାଡିରେ ଆସି ସହଜରେ ଲଇସେନ୍ସ ଆବେଦନ ଓ ନେଇପାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?