ଡିଏଲ୍‌ ପାଇଁ ୩ ଗୁଣା ଫି’ ନେଇ ଦଲାଲ ଗିରଫ

ଭବାନୀପାଟଣା,୨୭।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଆର୍‌ଟିଓରୁ ଜଣେ ଦଲାଲଙ୍କୁ ଗିରଫ କରାଯାଇଛି। ଦଲାଲ ଜଣକ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) କରାଇବାକୁ ପ୍ରକୃତ ମୂଲ୍ୟଠାରୁ ୩ଗୁଣା ଅଧିକ ଫି’ ନେଉଥିବା ବେଳେ ତାଙ୍କୁ ବୁଧବାର ଗିରଫ କରାଯାଇଛି।
ସୂଚନାନୁଯାୟୀ, ଡିଏଲ ପାଇବା ପାଇଁ ମାତ୍ର ୬୦୦ରୁ ୭୦୦ ଟଙ୍କା ଫି’ ଦେବାକୁ ପଡ଼ିଥାଏ। ହେଲେ ମଳୟ ବେହେରା ନାମକ ଜଣେ ବ୍ୟକ୍ତି ଡିଏଲ କରାଇ ଦେବାକୁ କହି ଲୋକଙ୍କଠାରୁ ୨୭୦୦ ଟଙ୍କା ଦାବି କରିଥିଲେ। ନର୍ଲାର ଉଦ୍ଧବ ହରପାଲ ନାମକ ଜଣେ ବ୍ୟକ୍ତିଙ୍କୁ ସେ ଏତେ ଟଙ୍କା ଫି’ ମାଗିଥିଲେ। ଏ ବାବଦରେ ଉଦ୍ଧବଙ୍କଠାରୁ ମଳୟ ୧୭୦୦ ଟଙ୍କା ଅଗ୍ରୀମ ମଧ୍ୟ ନେଇଥିଲେ। ତେବେ ଏନେଇ ଉଦ୍ଧବ ଭବାନୀପାଟଣା ଥାନାରେ ଅଭିଯୋଗ କରିବା ପରେ ପୋଲିସ ମଳୟଙ୍କୁ ଗିରଫ କରିଛି। ପେସାରେ ମଳୟ ଜଣେ ଓକିଲ ବୋଲି ଜଣାପଡ଼ିଛି। ତାଙ୍କଠାରୁ ପୋଲିସ ୧୭୦୦ ଟଙ୍କା ଜବତ କରି ଉଦ୍ଧବଙ୍କୁ ଫେରାଇଛି। ଏନେଇ ଟାଉନ ଥାନା ପୋଲିସ ଏକ ମାମଲା ଦାୟର କରି ମଳୟଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri