ଡିକି ଭାଙ୍ଗି ଲକ୍ଷେ ଟଙ୍କା ଲୁଟ୍‌

ନୀଳଗିର/ସଜନାଗଡ, ୨।୮(ଡି.ଏନ.ଏ.)-ନୀଳଗିରି ସହର ଉପକଣ୍ଠ ରବୀନ୍ଦ୍ର ପରିଡ଼ାଙ୍କ ଘର ସମ୍ମୁଖରୁ ଶୁକ୍ରବାର ଅଜଣା ଦୁର୍ବୃତ୍ତ ସ୍କୁଟି ଡିକି ଭାଙ୍ଗି ଲକ୍ଷେ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ପୋଲିସ ବ୍ୟାଙ୍କ ଓ ରବୀନ୍ଦ୍ରଙ୍କ ଘରେ ଲାଗିଥିବା ସିସିଟିଭି ଫୁଟେଜକୁ ନେଇ ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ନଳିତା ମୋଦି କହିଛନ୍ତି।
ପୂର୍ବାହ୍ନରେ ପ୍ରଫୁଲ୍ଲ ପରିଡ଼ା ଝିଅ ଓ ପୁଅର କଲେଜରେ ଆଡ଼ମିଶନ, ଉଧାର ଟଙ୍କା ସହିତ ଘରୋଇ ଖର୍ଚ୍ଚ କରିବା ପାଇଁ ଝିଅ ପ୍ରିୟଦର୍ଶିନୀଙ୍କୁ ଲକ୍ଷେ ଟଙ୍କାର ଚେକ୍‌ ଦେଇ ସ୍ଥାନୀୟ ଷ୍ଟେଟ୍‌ ବ୍ୟାଙ୍କ ଶାଖାକୁ ପଠାଇଥିଲେ। ମଧ୍ୟାହ୍ନରେ ଝିଅ ବ୍ୟାଙ୍କରୁ ଟଙ୍କା ଉଠାଇ ସ୍କୁଟି ଡିକି ଭିତରେ ରଖି ସିଣ୍ଡିକେଟ ବ୍ୟାଙ୍କ ନିକଟ ବଡ଼ବାପା ରବୀନ୍ଦ୍ରଙ୍କ ଘରକୁ ଯାଇଥିଲେ। ଘର ସମ୍ମୁଖରେ ଗାଡ଼ି ରଖି ପ୍ରିୟଦର୍ଶିନୀ ପାଣି ପିଇବାକୁ ଭିତରକୁ ଯାଇଥିଲେ। ଏହାର ସୁଯୋଗ ନେଇ ତାଙ୍କୁ ପିଛା କରିଥିବା ଅଜଣା ଦୁର୍ବୃତ୍ତ ଡିକି ଭାଙ୍ଗି ଟଙ୍କା ନେଇ ଫେରାର ହୋଇଯାଇଥିଲେ। ଖବରପାଇ ନୀଳଗିରି ଆଇଆଇସି ନଳିତା ମୋଦୀ ଘଟଣାସ୍ଥଳରେ ପହଞ୍ଚତ୍ ଶେରଗଡ଼, ସନ୍ତରାଗଡ଼ିଆ ଓ ଉଦଳା ରାସ୍ତାକୁ ସିଲ୍‌ କରିବା ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri