ଡିକି ଭାଙ୍ଗି ୫୦ ହଜାର ଲୁଟିନେଲେ ଦୁର୍ବୃତ୍ତ

ଖଣ୍ଡପଡା,୯।୮(ସ୍ବ.ପ୍ର.) : ନୟାଗଡ ଜିଲା କଣ୍ଟିଲୋ ଅଞ୍ଚଳରେ ଦିନକୁ ଦିନ ଚୋରି ଡକାୟତି ଓ ରାହାଜାନି ବୃଦ୍ଧି ପାଉଥିବାବେଳେ ଗୁରୁବାର ଅପରାହ୍ନରେ ସ୍ପଷ୍ଟ ଦିବାଲୋକରେ ଜଣେ ଶିକ୍ଷକଙ୍କଠାରୁ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ସ୍ଥାନୀୟ ପାଟଣା ଛକରେ ବଡବାଣପୁର ପଞ୍ଚାୟତ ଅନ୍ତର୍ଗତ ଘଣାଶାଳିଆ ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା କଣ୍ଟିଲୋ ଖୁଦବେହେରା ପାଟଣା ଗ୍ରାମର ପ୍ରଦୀପ କୁମାର ସାହୁ(ଅଜୟ)ଙ୍କ ବାଇକ ଡିକି ଭାଙ୍ଗି ପ୍ରାୟ ୫୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଖଣ୍ଡପଡା ଥାନାରେ ଅଭିଯୋଗ ହୋଇଛି।
ଯେ, ପ୍ରଧାନ ଶିକ୍ଷକ ଗୁରୁବାର ଅପରାହ୍ନ ପ୍ରାୟ ସାଢେ ୨ଟାରେ ଖଣ୍ଡପଡା ୟୁକୋ ବ୍ୟାଙ୍କକୁ ଯାଇ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଟଙ୍କା ୬, ୮୯୯ ଓ ଏସ୍‌ସିଏସ୍‌ଟି ସ୍କଲାରଶିପ ୨,୧୪୪ଟଙ୍କା ସହିତ ନିଜ ବ୍ୟକ୍ତିଗତ ୪୦ ହଜାର ଟଙ୍କା ଏପରି ସମୁଦାୟ ୪୯ହଜାର ୪୩ ଟଙ୍କା ଉଠାଇ ତାଙ୍କ ବାଇକ ଯୋଗେ ଘରକୁ ଫେରୁଥିଲେ। ଅପରାହ୍ନ ପ୍ରାୟ ୪.୧୫ରେ ଶୁଳିଆ- କଣ୍ଟିଲୋ ରାସ୍ତା ପାଟଣା ଛକରେ ସେ ଅଟକି ଏକ ଦୋକାନରୁ ବରା କିଣିବାବେଳେ ୪ଜଣ ଯୁବକ ଦୁଇଟି ବାଇକ ଯୋଗେ ଆସି ହଠାତ୍‌ ଦୋକାନ ପାଖରେ ପହଞ୍ଚତ୍ଥିଲେ। ସେମାନେ ପ୍ରଧାନ ଶିକ୍ଷକଙ୍କ ବାଇକ ଡିକି ଭାଙ୍ଗି ତା’ ଭିତରେ ଥିବା ଟଙ୍କା ବ୍ୟାଗ ଲୁଟି ନେଇଥିଲେ। ଉକ୍ତ ବ୍ୟାଗରେ ୪୯ହଜାର ୪୩ ଟଙ୍କା ସହ ୪ଟି ବ୍ୟାଙ୍କ ପାସ ବୁକ ଓ ଗୋଟିଏ ଏଟିଏମ କାର୍ଡଥିଲା। ସେହି ସମୟରେ ଦୋକାନରେ ବସିଥିବା ଅନ୍ୟ ଗ୍ରାହକମାନେ ଏହା ଦେଖି ଡିକିରୁ କ’ଣ ନେଇଗଲେ ବୋଲି ପାଟି କରିବାରୁ ଆଖି ପିଛୁଳାକେ ଦୁର୍ବୃତ୍ତମାନେ ସେଠାରୁ ଟଙ୍କା ବ୍ୟାଗ ଧରି ଚମ୍ପଟ ମାରିଥିଲେ। ଏ ନେଇ ପ୍ରଧାନ ଶିକ୍ଷକ କଣ୍ଟିଲୋ ଫାଣ୍ଡିରେ ଅଭିଯୋଗ କରିଥିଲେ। ପରେ ଖଣ୍ଡପଡା ଥାନାରେ ୧୪୫/୧୯ରେ ଏକ ମାମଲା ରୁଜୁ ହେବା ସହିତ କଣ୍ଟିଲୋ ଫାଣ୍ଡି ଅଧିକାରୀ ଜୟ ପ୍ରକାଶ ପରିଡା ଘଟଣା ସ୍ଥଳକୁ ଯାଇ ଅନୁସନ୍ଧାନ ଚଳାଇଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ…

ହସ୍ପିଟାଲରେ ନିଆଁ, ଜଣେ ଶିଶୁ ମୃତ, ୨୮ ଉଦ୍ଧାର

ଆଦିଲାବାଦ,୨୨।୯: ତେଲଙ୍ଗାନାର ଆଦିଲାବାଦ ସ୍ଥିତ ରାଜୀବ ଗାନ୍ଧୀ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ (RIMS) ହସ୍ପିଟାଲର ଶିଶୁ ବିଭାଗରେ ନିଆଁ ଲାଗିବା ଫଳରେ ଏକ ନବଜାତ ଶିଶୁର…

ଗଣମାଧ୍ୟମ ସହ ବିବାଦ ମଧ୍ୟରେ ବଡ଼ ପଦକ୍ଷେପ ନେଲେ ଟ୍ରମ୍ପ, ଲଞ୍ଚ କଲେ ନିଜର TV ଚ୍ୟାନେଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଜଡ଼ିତ ‘ଟ୍ରମ୍ପ ଟିଭି’ (Trump TV) ବର୍ତ୍ତମାନ ଲାଇଭ ଷ୍ଟ୍ରିମିଂ ସୁବିଧା ଯୋଗାଇବ। ଏହି ପ୍ଲାଟଫର୍ମ ସପ୍ତାହର ସାତୋଟି…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?