ଡିକି ଭାଙ୍ଗି ୫୦ ହଜାର ଲୁଟିନେଲେ ଦୁର୍ବୃତ୍ତ

ଖଣ୍ଡପଡା,୯।୮(ସ୍ବ.ପ୍ର.) : ନୟାଗଡ ଜିଲା କଣ୍ଟିଲୋ ଅଞ୍ଚଳରେ ଦିନକୁ ଦିନ ଚୋରି ଡକାୟତି ଓ ରାହାଜାନି ବୃଦ୍ଧି ପାଉଥିବାବେଳେ ଗୁରୁବାର ଅପରାହ୍ନରେ ସ୍ପଷ୍ଟ ଦିବାଲୋକରେ ଜଣେ ଶିକ୍ଷକଙ୍କଠାରୁ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ସ୍ଥାନୀୟ ପାଟଣା ଛକରେ ବଡବାଣପୁର ପଞ୍ଚାୟତ ଅନ୍ତର୍ଗତ ଘଣାଶାଳିଆ ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା କଣ୍ଟିଲୋ ଖୁଦବେହେରା ପାଟଣା ଗ୍ରାମର ପ୍ରଦୀପ କୁମାର ସାହୁ(ଅଜୟ)ଙ୍କ ବାଇକ ଡିକି ଭାଙ୍ଗି ପ୍ରାୟ ୫୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଖଣ୍ଡପଡା ଥାନାରେ ଅଭିଯୋଗ ହୋଇଛି।
ଯେ, ପ୍ରଧାନ ଶିକ୍ଷକ ଗୁରୁବାର ଅପରାହ୍ନ ପ୍ରାୟ ସାଢେ ୨ଟାରେ ଖଣ୍ଡପଡା ୟୁକୋ ବ୍ୟାଙ୍କକୁ ଯାଇ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଟଙ୍କା ୬, ୮୯୯ ଓ ଏସ୍‌ସିଏସ୍‌ଟି ସ୍କଲାରଶିପ ୨,୧୪୪ଟଙ୍କା ସହିତ ନିଜ ବ୍ୟକ୍ତିଗତ ୪୦ ହଜାର ଟଙ୍କା ଏପରି ସମୁଦାୟ ୪୯ହଜାର ୪୩ ଟଙ୍କା ଉଠାଇ ତାଙ୍କ ବାଇକ ଯୋଗେ ଘରକୁ ଫେରୁଥିଲେ। ଅପରାହ୍ନ ପ୍ରାୟ ୪.୧୫ରେ ଶୁଳିଆ- କଣ୍ଟିଲୋ ରାସ୍ତା ପାଟଣା ଛକରେ ସେ ଅଟକି ଏକ ଦୋକାନରୁ ବରା କିଣିବାବେଳେ ୪ଜଣ ଯୁବକ ଦୁଇଟି ବାଇକ ଯୋଗେ ଆସି ହଠାତ୍‌ ଦୋକାନ ପାଖରେ ପହଞ୍ଚତ୍ଥିଲେ। ସେମାନେ ପ୍ରଧାନ ଶିକ୍ଷକଙ୍କ ବାଇକ ଡିକି ଭାଙ୍ଗି ତା’ ଭିତରେ ଥିବା ଟଙ୍କା ବ୍ୟାଗ ଲୁଟି ନେଇଥିଲେ। ଉକ୍ତ ବ୍ୟାଗରେ ୪୯ହଜାର ୪୩ ଟଙ୍କା ସହ ୪ଟି ବ୍ୟାଙ୍କ ପାସ ବୁକ ଓ ଗୋଟିଏ ଏଟିଏମ କାର୍ଡଥିଲା। ସେହି ସମୟରେ ଦୋକାନରେ ବସିଥିବା ଅନ୍ୟ ଗ୍ରାହକମାନେ ଏହା ଦେଖି ଡିକିରୁ କ’ଣ ନେଇଗଲେ ବୋଲି ପାଟି କରିବାରୁ ଆଖି ପିଛୁଳାକେ ଦୁର୍ବୃତ୍ତମାନେ ସେଠାରୁ ଟଙ୍କା ବ୍ୟାଗ ଧରି ଚମ୍ପଟ ମାରିଥିଲେ। ଏ ନେଇ ପ୍ରଧାନ ଶିକ୍ଷକ କଣ୍ଟିଲୋ ଫାଣ୍ଡିରେ ଅଭିଯୋଗ କରିଥିଲେ। ପରେ ଖଣ୍ଡପଡା ଥାନାରେ ୧୪୫/୧୯ରେ ଏକ ମାମଲା ରୁଜୁ ହେବା ସହିତ କଣ୍ଟିଲୋ ଫାଣ୍ଡି ଅଧିକାରୀ ଜୟ ପ୍ରକାଶ ପରିଡା ଘଟଣା ସ୍ଥଳକୁ ଯାଇ ଅନୁସନ୍ଧାନ ଚଳାଇଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ (ଜେଏସ୍‌ଏଲ୍‌)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍‌ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ...

କୁଶଢିପି ଗାଁରେ ପାଣି ପାଇଁ ହାହାକାର

ଓଡ଼ଗାଁ,୫ା୫(ଆଦର୍ଶ କୁମାର ପଟ୍ଟନାୟକ )ଚାରିଆଡ଼େ ଅସମ୍ଭାଳ ହେଲାଣି ପାନୀୟ ଜଳ ସମସ୍ୟା। କେଉଁଠି ପାଣି ପାଇଁ ଲୋକେ ବହୁ ପଥ ଚାଲି ଚାଲି ଯାଇ ପାନୀୟ...

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା...

ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍‌

ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍‌ମାନେ ମତଦାନ କେନ୍ଦ୍ରରେ ପହଞ୍ଚି...

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି...

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri