ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଗଞ୍ଜାମ ଜିଲା ତାରାତାରିଣୀ ପୀଠର ଉନ୍ନତୀକରଣ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି। ସେହିପରି ନିର୍ଦ୍ଧାରିତ ସମୟରେ ଏହାର ସୌନ୍ଦର୍ଯ୍ୟକରଣ ଓ ଭିତ୍ତିଭୂମି କାର୍ଯ୍ୟ ସାରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ମନ୍ଦିରର ପ୍ରବେଶ ଦ୍ୱାର ତଥା ସିଂହଦ୍ୱାରର ଉନ୍ନତୀକରଣ କରାଯିବ। ମନ୍ଦିରକୁ ସୁଗମ ଚଲାପଥ ସହ ପିଇବା ପାଣି ବ୍ୟବସ୍ଥା କରାଯିବ। ଏହା ମଧ୍ୟରେ ପ୍ରସାଦ ସେବନ ମଣ୍ଡପ, ଇଣ୍ଟରପ୍ରିଟେସନ୍‌ ସେଣ୍ଟର, ମୁଣ୍ଡନ ହଲ୍‌ ଏବଂ ଶୌଚାଳୟ ମଧ୍ୟ ନିର୍ମାଣ କରାଯିବ। ଉପାସନା ଏବଂ ବିଶ୍ରାମ ଗୃହ, ଫୁଡ୍‌ କିସ୍‌କୋ, ପିଇବା ପାଣି, ଜୋତା ଷ୍ଟାଣ୍ଟ, ପାଦ ଧୋଇବାକୁ ସ୍ବତନ୍ତ୍ର ସ୍ଥାନ, ଅପେକ୍ଷାସ୍ଥଳ, ଅବରୋଧ ବିହୀନ ଯୋଗାଯୋଗ ବ୍ୟବସ୍ଥା କରାଯିବାକୁ ନିଷ୍ପତ୍ତି ହୋଇଛି। ୱାଚ୍‌ ଟାୱାର, ପୋଲିସ୍‌ ଆଉଟପୋଷ୍ଟ ଏବଂ ପ୍ରାଥମିକ ଚିକିତ୍ସା କେନ୍ଦ୍ର ମଧ୍ୟ ରହିବ। ମୁଖ୍ୟ ମନ୍ଦିର ପଛ ପାଖରେ ଉପାସନା ଗୃହ ରହିବ। ଏହା ଏକ ଅନ୍ୟତମ ଶକ୍ତିପୀଠ, ତେଣୁ ଓଡ଼ିଶାର ପୁରାତନ କାରୁକାର୍ଯ୍ୟ କରାଯାଇ ଏହାର ସର୍ବାଙ୍ଗୀନ ସୌନ୍ଦର୍ଯ୍ୟକରଣ ପାଇଁ ନିଷ୍ପତ୍ତି ହୋଇଛି। ଲୋକସେବା ଭବନରେ ଏହି ଘୋଷଣା କରାଯିବାରୁ ପ୍ରକଳ୍ପ ସମ୍ପର୍କିତ ଉପସ୍ଥାପନା ହୋଇଥିଲା। ଏହାକୁ ସ୍ଥାପତ୍ୟ ସଂସ୍ଥା ନେଷ୍ଟର ଦ୍ୱାରା ପ୍ରସ୍ତୁତ କରାଯାଇଛି। ଡିଜାଇନ୍‌ ଅନୁଯାୟୀ କାର୍ଯ୍ୟ ସମ୍ପାଦିତ ହେଲେ ପୀଠଟି ପ୍ରମୁଖ ଦର୍ଶନୀୟ ସ୍ଥାନ ହେବ। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ସିଏମ୍‌ଓର ମୁଖ୍ୟ ପରାମର୍ଶଦାତା ଆର.ବାଲକ୍ରିଷ୍ଣନ, ଗ୍ରାମ୍ୟ ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଜଳସମ୍ପଦ ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର , ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ , ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାର, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, କିଛିଦିନ ତଳେ ୫-ଟି ସଚିବ ଏହି ପୀଠକୁ ଗସ୍ତ କରିବା ସହ ଏହାର ଉନ୍ନୟନ ନେଇ ସ୍ଥାନୀୟ ଜନସାଧାରଣ, ମନ୍ଦିର କର୍ତ୍ତୃପକ୍ଷ ଏବଂ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri