ଡିଜିଟାଇଜେଶନ ହେବ ‘କଳାଭୂମି’ କଳାକୃତି: ସିଡାକ୍‌ ଏବଂ ‘ସିଏ ଆଣ୍ଡ୍‌ ଏ’ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ପୂର୍ବ ଭାରତର ସର୍ବବୃହତ୍‌ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂଗ୍ରହାଳୟ ‘କଳାଭୂମି’ ଏହାର ନିଆରା କନ୍‌ସେପ୍ଟ ପାଇଁ ଦେଶବିଦେଶରେ ଲୋକପ୍ରିୟତା ହାସଲ କରିଥିବାବେଳେ ଏହାର ବିକାଶ ଲାଗି ଆଉ ଏକ ପଦକ୍ଷେପ ନେବାକୁ ଯାଉଛି ରାଜ୍ୟ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ। କଳାଭୂମିରେ ସଂରକ୍ଷିତ ହୋଇ ରହିଥିବା ଓଡ଼ିଶାର ବିରଳ ହସ୍ତଶିଳ୍ପ ଓ ହସ୍ତତନ୍ତର ତଥ୍ୟକୁ ଡିଜିଟାଇଜେଶନ କରାଯିବ। ଏଥିଲାଗି ଶୁକ୍ରବାର ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ପରିଚାଳିତ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ(ସିଡାକ୍‌) ଏବଂ ଆମେରିକାନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆନ୍‌ ଷ୍ଟଡିଜ୍‌ ଅଧୀନ ସେଣ୍ଟର ଫର ଆର୍ଟ ଆଣ୍ଡ ଆର୍କିଓଲୋଜି(ସିଏ ଆଣ୍ଡ୍‌ ଏ) ମଧ୍ୟରେ ଏକ ଚୁକ୍ତି(ଏମ୍‌.ଓ.ୟୁ) ସ୍ବାକ୍ଷରିତ ହୋଇଯାଇଛି। ଏହି ଏମ୍‌ଓୟୁ ମାଧ୍ୟମରେ କଳାଭୂମିରେ ଥିବା କଳାକୃତି ସମ୍ପର୍କିତ ଲିଖିତ ନଥିପତ୍ର ଏବଂ ସୂଚିପତ୍ରର ଡିଜିଟାଇଜେଶନ ଓ ଡକ୍ୟୁମେଣ୍ଟେଶନ୍‌ କରାଯିବ। କଳାଭୂମି ତତ୍ତ୍ବାବଧାନରେ ‘ସିଏ ଆଣ୍ଡ୍‌ ଏ’ର ଯାନ୍ତ୍ରିକ ବିଶେଷଜ୍ଞତା ଆଧାରରେ ଏହି ଡିଜିଟାଇଜେଶନ କାର୍ଯ୍ୟ ହେବ। ସଂଗ୍ରହାଳୟରେ ଥିବା ବିଭିନ୍ନ ସାମଗ୍ରୀର ଫଟୋ ଡକ୍ୟୁମେଣ୍ଟେଶନ ସହ ବିଭିନ୍ନ କଳାକୃତିର ମେଟା ଡାଟା ପ୍ରସ୍ତୁତ କରାଯିବ। ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’ ତରଫରୁ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ(ସିଡାକ୍‌)ର ସଦସ୍ୟ ସଚିବ ଶିତିକାନ୍ତ ଷଡଙ୍ଗୀ ଏହି ଚୁକ୍ତିପତ୍ର ସ୍ବାକ୍ଷର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?